ଭୁବନେଶ୍ବର,୨୨ା୬(ସୁନିତ୍ ମିଶ୍ର): ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୪ ଲକ୍ଷ ୨୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ସଂଘର ସଭାପତି ଶୈଳେନ୍ଦ୍ର ନାରାୟଣ ନାୟକ, ସାଧାରଣ ସମ୍ପାଦିକା ଜି.ମାନସୀ ମହାପାତ୍ର, ପରିଚାଳନା କମିଟି ସଦସ୍ୟା ଅଙ୍କିତା ମିଶ୍ରଙ୍କ ସମେତ ଅନ୍ୟ କର୍ମକର୍ତ୍ତା ସାକ୍ଷାତକରି ଏହି ସହାୟତା ରାଶି ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ନିଖିଳ ଓଡ଼ିଶା ସରକାରୀ ହୋମିଓପାଥି ସେବା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ ଲକ୍ଷ ୬୦ ହଜାର ୬୨୧ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ମୁଖ୍ୟ ଶାସନ ସଚିବଙ୍କୁ ସଂଘର ସଭାପତିଙ୍କ ସମେତ ଅନ୍ୟ କର୍ମକର୍ତ୍ତା ସାକ୍ଷାତକରି ଏହି ସହାୟତା ରାଶି ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି।
ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’
ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
Archives

