ବାହାର ରାଜ୍ୟକୁ କାମ କରିବାକୁ ଯାଇ ଗାଁକୁ ଫେରିଲେ ୩୨୨ ଜଣ: ୧୪ ଦିନ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ

ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୩୨୨ ଜଣ ଗୁରୁବାର ସନ୍ଧ୍ୟାରେ ଗାଁକୁ ଫେରିଛନ୍ତି। ସେମାନେ ପଡ଼ୋଶୀ ରାଜ୍ୟ ବାଙ୍ଗାଲୋର ଓ ଚେନ୍ନାଇରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ବ୍ଲକ ପ୍ରଶାସନ ପକ୍ଷରୁ ସେମାନଙ୍କୁ ୧୪ ଦିନ ନିଜ ନିଜ ଘରେ ଆଇସୋଲେଶନରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯିବା ସହ ବ୍ୟବସ୍ଥା କରାଯାଇଛି। ଏ ନେଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଡ. ସୁପ୍ରକାଶ ଶତପଥୀ କହିଛନ୍ତି। ପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ପାଟଣା ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଟାସ୍କଫୋର୍ସ କମିଟିର ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ କରୋନା ଭୂତାଣୁ ସଂକ୍ରମଣ ରୋକାଯିବାକୁ ଆଲୋଚନା ହୋଇଥିଲା। ଡିପିସି ପୂର୍ଣ୍ଣଚନ୍ଦ୍ର ସେଠୀ, ତହସିଲଦାର ଶିବପ୍ରସଦ ମୁର୍ମୁ, ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡ.ସୁପ୍ରକାଶ ଶତପଥୀ, ବିପି ଏମ୍‌ ଦୀପକ କୁମାର ନାୟକ ସିଆରସିସିି ପ୍ରମୋଦ କୁମାର ମହାନ୍ତ ଓ ଶ୍ରୀକାନ୍ତ ବିଶ୍ୱାଳ ପ୍ରମୁଖ ଯୋଗଦେଇ ପାଟଣା ବ୍ଲକରେ ଆଇସୋଲେଶନ କକ୍ଷ, ଲକ୍‌ଡାଉନ ସ୍ଥିତି, ଅତ୍ୟାବଶ୍ୟକ ସାମଗ୍ରୀର ମହଜୁଦ ଓ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ଅତ୍ୟାବଶ୍ୟକ ଖାଉଟି ସାମଗ୍ରୀ ଯେଭଳି କଳାବଜାର ନ ହୁଏ ସେ ନେଇ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri