ସୋର, ୧୫ା୪(ଡି.ଏନ୍.ଏ.)-ମହାମାରୀ କରୋନା କୋଭିଡ଼-୧୯କୁ ରୋକିବା ପାଇଁ ଏବେ ଲକ୍ଡାଉନ୍ ନିୟମ କଡାକଡି ପାଳନ କରାଯାଉଛି। ରାଜ୍ୟ ବାହାରକୁ କିମ୍ବା ରାଜ୍ୟକୁ ଫେରୁଥିବା ଲୋକଙ୍କ ଉପରେ କଟକଣା ଲାଗୁ ହୋଇଛି। ଏହି ସମୟରେ ଗତ ୩୦ତାରିଖରେ ଖୋର୍ଦ୍ଧାରେ ନିର୍ମାଣ ଶ୍ରମିକ ଭାବେ କାର୍ଯ୍ୟରତ ପଶ୍ଚିମବଙ୍ଗ ମାଲଦା ଜିଲାର ୧୦ଜଣ ଘରକୁ ଚାଲି ଚାଲି ଯାଉଥିବା ବେଳେ ସୋରର ସ୍ଥାନୀୟ ପ୍ରଶାସନ ସେମାନଙ୍କୁ ଅଟକାଇ କଲେଜ ଛକ କଲ୍ୟାଣ ମଣ୍ଡପ କ୍ୱାରାଣ୍ଟାଇନରେ ରଖିଛି। ଏବେ ସେମାନଙ୍କର ରହିବା ଖାଇବାରେ କୌଣସି ଅସୁବିଧା ନ ଥିବା ବେଳେ ଘରକୁ ଯିବାକୁ ଜିଲା ପ୍ରଶାସନ ପାଖେ ଆକୁଳ ନିବେଦନ କରିଛନ୍ତି। ମଙ୍ଗଳବାର ମହାରାଷ୍ଟ୍ରରେ ରହୁଥିବା ସୋର ଥାନା ଅଧୀନ ଆଟ୍ଟପୁର ଗ୍ରାମର ଦୁଇ ଜଣ ଟ୍ରକ୍ ଯୋଗେ ଘରକୁ ଫେରିଥିବା ବେଳେ ଗ୍ରାମବାସୀଙ୍କ ତରଫରୁ ସେମାନଙ୍କୁ ଗାଁରେ ରହିିବାକୁ ବିରୋଧ କରି ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଥିଲେ। ପରେ ସେମାନଙ୍କୁ କ୍ଷେମେଶ୍ୱର କ୍ୱାରଣ୍ଟାଇନରେ ରଖାଯାଇଥିଲା। ସେଠାରେ ମଧ୍ୟ ବିରୋଧ ହେବାରୁ ସେମାନଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍ପରଙ୍କ ଜୀବନ, ଚାଳକ…
ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…
Archives

