ବାହାର ରାଜ୍ୟରୁ ସହାୟତା ପାଇଁ ଆସିଛି ୪,୭୦୦ କଲ୍‌:ଅସ୍ଥାୟୀ ଶିବିରରେ ରହିଛନ୍ତି ୧୮ହଜାର ଅଣଓଡ଼ିଆ ଶ୍ରମଜୀବୀ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ଲକ୍‌ଡାଉନ୍‌ରେ ରାଜ୍ୟ ବାହାରେ ଫସିଥିବା ଓଡ଼ିଆମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଭୁବନେଶ୍ୱରରେ ୨୦ ଲାଇନ୍‌ ବିଶିଷ୍ଟ ଏକ ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରୁଛି। ଏହି କଣ୍ଟ୍ରୋଲରୁମ୍‌ ସହ ଯୋଗାଯୋଗ ପାଇଁ ହେଲ୍ପଲାଇନ ନଂ.୦୬୭୪-୨୩୯୨୧୧୫ ଓ ହ୍ବାଟସ୍‌ଆପ୍‌ ନଂ.୯୪୩୮୯୧୫୯୮୬ ରହିଛି। ପ୍ରତିଟି କଲ୍‌କୁ ବିଧିବଦ୍ଧ ଭାବେ ପଞ୍ଜୀକରଣ କରାଯିବା ପରେ ସମ୍ପୃକ୍ତ ରାଜ୍ୟ ଦାୟିତ୍ୱରେ ଥିବା ଅଧିକାରଙ୍କ ସହ ସଂଯୋଗ କରାଯାଉଛି। ଏ ପର୍ଯ୍ୟନ୍ତ ୪,୭୦୦ କଲ୍‌ ଆସିଛି ଏବଂ ୧ଲକ୍ଷ ୨୦ହଜାର ଲୋକଙ୍କ ସହାୟତା ନିମନ୍ତେ ଯୋଗାଯୋଗ କରାଯାଇଛି। ଅଧିକାଂଶ କଲ୍‌ ଗୁଜରାଟ, ତାମିଲନାଡ଼ୁ, କର୍ନାଟକ, କେରଳ, ପଶ୍ଚିମବଙ୍ଗ ଏବଂ ତେଲଙ୍ଗାନାରୁ ଆସିଛି। ତେବେ ଗୋଷ୍ଠୀଗତ ଭାବେ ଗୋଟିଏ ସ୍ଥାନରେ ୧୦୦ରୁ ଊର୍ଦ୍ଧ୍ୱ ଲୋକ ଫସି ରହି ଉଦ୍ଧାର ପାଇଁ ୨ଶହଟି କଲ୍‌ ଆସିଛି। ଏମାନଙ୍କୁ ସବୁ ପ୍ରକାର ସହାୟତା ରାଜ୍ୟ ସରକାରଙ୍କ ଜରିଆରେ ଯୋଗାଇ ଦିଆଯାଇଛି ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମଜୀବୀମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବା ସହ ସେମାନଙ୍କୁ ଅତିଥି ଭାବେ ବ୍ୟବହାର କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ରହିବା ଏବଂ ଖାଦ୍ୟପେୟ ପାଇଁ ଅସ୍ଥାୟୀ ଶିବିର ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ୨୫୨ଟି ଅସ୍ଥାୟୀ ଶିବିରରେ ପ୍ରାୟ ୧୮ହଜାର ଶ୍ରମଜୀବୀଙ୍କୁ ଆଶ୍ରୟ ଦିଆଯାଇଛି। ସେମାନଙ୍କ ପାଇଁ ୨୪ ଘଣ୍ଟିଆ ହେଲ୍ପଲାଇନ୍‌ ୧୮୦୦୩୪୫୬୭୦୩ କାର୍ଯ୍ୟ କରୁଛି। ଏକାଧିକ କମ୍ପାନୀ ଓ ଜିଲା ପ୍ରଶାସନ ତରଫରୁ ଏମାନଙ୍କ ପାଇଁ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି ବୋଲି ଶ୍ରମ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଅନ୍ୟ ରାଜ୍ୟର ଶ୍ରମିକମାନେ ଆମ ରାଜ୍ୟ ପାଇଁ ଅତିଥି। ସେମାନଙ୍କ ସୁରକ୍ଷା ପାଇଁ ଆମେ ପ୍ରତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri