ବାହାର ରାଜ୍ୟରେ ଫଶିଛନ୍ତି ବିଏଡ୍‌ ପରୀକ୍ଷାର୍ଥୀ, ରାସ୍ତାକଡ଼ରେ ଭୋକରେ ପଡ଼ି ରହିଛନ୍ତି ଠିକା ଶ୍ରମିକ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଭୁବନେଶ୍ୱରରେ ଅନ୍ୟ ଜିଲାର ଶହ ଶହ ଠିକା ଶ୍ରମିକ ଫସି ରହି ଭୋକ ଉପାସରେ ରାସ୍ତା କଡ଼ରେ ପଡି ରହିଛନ୍ତି। ଗୁରୁବାର ରାମ ମନ୍ଦିର ଓ ଏହାର ଆଖପାଖରେ ବହୁ ଶ୍ରମିକ ଏପରି ଦୟନୀୟ ଅବସ୍ଥାରେ ଥିବା ଦେଖିବାକୁ ମିଳିଥିଲା। ବାଲେଶ୍ୱର ଅଞ୍ଚଳର ଜଣେ ଶ୍ରମିକ ଅଜିତ ନାୟକ କହିଛନ୍ତି, ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳରେ ଜଣେ ଇଲେକ୍ଟ୍ରିକାଲ ଠିକାଦାରଙ୍କ ନିକଟରେ ତାଙ୍କ ସହ ବିଭିନ୍ନ ଜିଲାର ୧୦୦ରୁ ଊର୍ଦ୍ଧ୍ୱ ଶ୍ରମିକ କାମ କରୁଥିଲେ। ଲକ୍‌ଡାଉନ ପୂର୍ବଦିନ କଣ୍ଟ୍ରାକ୍ଟର ପ୍ରତ୍ୟେକଙ୍କୁ ୫୦୦ଟଙ୍କା ଧରାଇ ଚାଲିଗଲେ। ବସ୍‌ ଚଳାଚଳ ବନ୍ଦ ହୋଇଯିବାରୁ ଆମେ ଘରକୁ ଯାଇପାରିଲୁନି। ପ୍ରାୟ ୪୦ଜଣ ଚାଲିଚାଲି ଘର ଅଭିମୁଖେ ବାହାରିଥିବାବେଳେ ୫୦ରୁ ଉର୍ଦ୍ଧ୍ୱ ଶ୍ରମିକ ରାଜଧାନୀ ରାସ୍ତାକଡରେ ଦିନ ବିତାଉଛନ୍ତି। କେତେଜଣଙ୍କ ପାଖରେ ଟଙ୍କା ରହିଥିଲେ ମଧ୍ୟ ହୋଟେଲ ବନ୍ଦ ଥିବାରୁ ଦୁଇବେଳା ଖାଇବା କଷ୍ଟକର ହୋଇପଡୁଛି। ସରକାର ଆମକୁ ଘରକୁ ଫେରାଇବାର ବ୍ୟବସ୍ଥା କରିବାକୁ ତାଙ୍କ ସହ ଅନ୍ୟ ଶ୍ରମିକମାନେ ନିବେଦନ କରିଛନ୍ତି। ଅନ୍ୟପକ୍ଷରେ ବିଏଡ୍‌ ପରୀକ୍ଷା ଦେବାକୁ ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଓ ଅନ୍ୟ ରାଜ୍ୟକୁ ଯାଇଥିବା ଶତାଧିକ ଛାତ୍ରୀଛାତ୍ର ଫେରି ନ ପାରି ଫଶି ରହିଛନ୍ତି। ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ ଅଧିନ ସୋମେୟା ସଂସ୍କୃତ ବିଦ୍ୟାପୀଠ ମୁମ୍ବାଇରେ ୭୯ଜଣ ଛାତ୍ରୀଛାତ୍ର ବିଇଡି କରୁଛନ୍ତି। ସେଠାରେ ସେମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପାଣି ଓ ଗ୍ୟାସ୍‌ ନ ଥିବାରୁ ଭୋକରେ କାଳାତିପାତ କରୁଛନ୍ତି। ସେମାନଙ୍କୁ ଓଡ଼ିଶା ସରକାର ସହଯୋଗ ଯୋଗାଇ ଦେବାକୁ ପାଇଁ ସେମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri