ପାଟପୁର,୨ା୧୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ସରପଞ୍ଚ ତାଙ୍କ ପଞ୍ଚାୟତରେ ଗତମାସ ୨୦ ତାରିଖରେ ବାହ୍ୟ ମଳତ୍ୟାଗକୁ ନେଇ ଏକ ଅଭିନବ ଫତ୍ଓ୍ବା ଜାରି କରିଥିଲେ। ଯଦି କୌଣସି ବ୍ୟକ୍ତି ବାହାରେ ମଳତ୍ୟାଗ କରନ୍ତି, ତେବେ ତାଙ୍କ ରାଶନ ସାମଗ୍ରୀ ବନ୍ଦ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ କେତେକ ଲୋକ ଏହାକୁ ନ ମାନି ବାହାରେ ମଳତ୍ୟାଗ କରିଥିଲେ। ଏହା ଜଣାପଡ଼ିବା ପରେ ଶୁକ୍ରବାର ପଞ୍ଚାୟତର ୨୪ ପରିବାରର ରାଶନ ସାମଗ୍ରୀ ବନ୍ଦ କରିଦିଆଯାଇଛି। କିନ୍ତୁ ଏହାକୁ ବିଭିନ୍ନ ଗୋଷ୍ଠୀ ପକ୍ଷରୁ ବିରୋଧ କରାଯିବା ସହ ଶନିବାର ବ୍ଲକ ସମ୍ମୁଖରେ ବିକ୍ଷୋଭ କରାଯିବ ବୋଲି ସୂଚନା ମିଳିଛି।
ଏ ସମ୍ପର୍କରେ ଗୌତମୀ ସରପଞ୍ଚ ସୁଶାନ୍ତ କୁମାର ସ୍ବାଇଁଙ୍କୁ ପଚାରିବାରୁ ବାହ୍ୟ ମଳତ୍ୟାଗ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବହୁ ସଚେତନତା ପଦକ୍ଷେପ ନିଆଯାଇଥିଲା। କିନ୍ତୁ ଏହାକୁ କେହି ମାନି ନ ଥିଲେ। ଫଳରେ ପଞ୍ଚାୟତ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତିି ା
ଗ୍ରାମରେ ପୂର୍ବରୁ ଲୋକଙ୍କୁ ସଚେତନ କରାଯିବା ସହ ପାଇଖାନା ଥିବା ପରିବାର ବାହାରେ ମଳତ୍ୟାଗ କଲେ ରାଶନ୍ ସାମଗ୍ରୀ ବନ୍ଦ କରାଯିବ ବୋଲି ଫତ୍ୱା ଜାରି କରାଯାଇଥିଲା। ଏଥିସହ ୩୦୦ ମହିଳା ପାଳି କରି ସକାଳ ଓ ସନ୍ଧ୍ୟାରେ ମଳତ୍ୟାଗ କରାଯାଉଥିବା ସ୍ଥାନକୁ ଜଗି ରହିବା ସହ ସେଠାରେ ତୁଳସୀ ଚାରା ରୋପଣ କରିଥିଲେ। ଏହା ସତ୍ତ୍ୱେ ମଧ୍ୟ ଲୋକେ ନ ମାନି ବାହ୍ୟ ମଳତ୍ୟାଗ କରିବାରୁ ୨୪ ପରିବାରକୁ ରାଶନ ସାମଗ୍ରୀ ବନ୍ଦ କରାଯାଇଥିବା ସରପଞ୍ଚ ପ୍ରକାଶ କରିଛନ୍ତି। କିନ୍ତୁ ଏ ନେଇ ପଞ୍ଚାୟତ ପକ୍ଷରୁ କୌଣସି ନିଷ୍ପତ୍ତି ହୋଇ ନ ଥିବା ଅଧିକାଂଶ ୱାର୍ଡ ସଭ୍ୟାସଭ୍ୟ କହିଛନ୍ତି। ଏହି ନିଷ୍ପତ୍ତି ସମ୍ପୂର୍ଣ୍ଣ ଏକ ତରଫା ବୋଲି ପ୍ରକାଶ କରିଛନ୍ତିି। ଏ ନେଇ ସମିତିସଭ୍ୟ ପ୍ରତିନିଧି ଏ.ଜଗନ୍ନାଥ ପାତ୍ରଙ୍କୁ ପଚାରିବାରୁ, ରାଶନ ସାମଗ୍ରୀ ବନ୍ଦକୁ ସେ ବିରୋଧ କରିଛନ୍ତି। କିନ୍ତୁ ବାହ୍ୟ ମଳତ୍ୟାଗକୁ ବାରଣ କରିବା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ ସେ କହିଛନ୍ତି। ସମସ୍ତଙ୍କୁ ପାଇଖାନା ଯୋଗାଇ ଦେବା ଉପରେ ସେ ଗୁରୁତ୍ୱ ଦେଇଛନ୍ତିି। ରାଶନ ସାମଗ୍ରୀ ବନ୍ଦ କରିବା ସମ୍ପର୍କରେ ସେ ଓ ଅଧିକାଂଶ ୱାର୍ଡ ସଭ୍ୟାସଭ୍ୟ ଜାଣି ନ ଥିବା କହିଛନ୍ତି। ତେବେ ରାଶନ ସାମଗ୍ରୀ ବନ୍ଦ କରିବା ପ୍ରତିବାଦ ସହ ସ୍ବଚ୍ଛ ଭାରତ ଅଭିଯାନରେ ସମସ୍ତଙ୍କୁ ପାଇଖାନା ଯୋଗାଇ ଦେବାକୁ ସେ ଦାବି କରିଛନ୍ତିି।
ସାନଖେମୁଣ୍ଡି ବ୍ଲକ ଯୋଗାଣ ନିରୀକ୍ଷକ ବିଶ୍ୱଜିତ ସେଠୀଙ୍କୁ ରାଶନ ସାମଗ୍ରୀ ବନ୍ଦ ସମ୍ପର୍କରେ ପଚାରିବାରୁ କାହାର ରାଶନ ସାମଗ୍ରୀ ବନ୍ଦ ହୋଇନାହିଁ ବୋଲି ସେ କହିଛନ୍ତି।
ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩ ଜଣଙ୍କୁ
ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…
ବୃଦ୍ଧି ପାଉଛି ତାପମାତ୍ରା : ପଥଚାରୀଙ୍କୁ ପଣା ବଣ୍ଟନ କଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ସୋମବାର ଜଳଛତ୍ର ଖୋଲାଯାଇ ପଥଚାରୀଙ୍କୁ ପଣା ବଣ୍ଟନ କରାଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର…
ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…
ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି
ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…
ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ
ଗଞ୍ଜାମ,୧୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସିପିଆଇଏମ୍ ନେତା ଦିଲୀପ ଛୋଟରାୟଙ୍କ ମା’ ଅନୁଛାୟା ଛୋଟରାୟ (୮୫)ଙ୍କ ରବିବାର ନୀଳାଦ୍ରିପୁରସ୍ଥିତ…
ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…
ଜଳିଗଲା ୩ ଭାଇଙ୍କ ଘର
ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…
ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…
Archives

