ବାହୁଡାରେ ସୁନାବେଶ ଦର୍ଶନ କଲେ ଭକ୍ତ

ଢେଙ୍କାନାଳ ଅଫିସ,୧୨ା୭: ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ ଟାଣୁଥିବା ସାନରଥ ରଥଗଡାଠାରେ ଲାଗିଥିଲା। ସନ୍ଧ୍ୟାରେ ହରଶୟନ ଏକାଦଶୀ ଉପଲକ୍ଷେ ଶ୍ରୀଜୀଉ ଶ୍ରଦ୍ଧାଳୁମାନଙ୍କୁ ସୁନା ବେଶରେ ଦର୍ଶନ ଦେଇଥିଲେ। ବାହୁଡା ଯାତ୍ରା ଉପଲକ୍ଷେ ସକାଳେ ବାଜିଚୌକସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀଜୀଉଙ୍କ ସମସ୍ତ ପୂଜାର୍ଚ୍ଚନା ଓ ନୀତିକାନ୍ତି ଶେଷ ହେବାପରେ ମଧ୍ୟାହ୍ନ ସାଢେ ୧୨ଟାରେ ଆଡପ ମଣ୍ଡପରୁ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଘଣ୍ଟ, ଶଙ୍ଖ ନାଦ ମଧ୍ୟରେ ବଡ ଠାକୁରଙ୍କୁ ପହଣ୍ଡି କରି ରଥ ଉପରକୁ ନିଆଯାଇଥିଲା। ଅପରାହ୍ନ ସାଢେ ୧ଟାରେ ରାଜା କାମାକ୍ଷା ପ୍ରସାଦ ସିଂହଦେଓ ରଥ ଉପରେ ଛେରା ପହଁରା କରିଥିଲେ। ଅପରାହ୍ନ ୨ଟା ୫ ମିନିଟରେ ପ୍ରଥମ ରଥଟଣା ଆରମ୍ଭ ହୋଇଥିଲା। ପରେ ଅପରାହ୍ନ ୨ଟା ୪୦ରେ ରଥଟଣା ଆରମ୍ଭ ହୋଇଥିଲା ା ଭକ୍ତି ସଙ୍ଗୀତ ଓ ଆଧ୍ୟାତ୍ମିକ ନୃତ୍ୟ ମଧ୍ୟରେ ବହୁ ସଂଖ୍ୟାରେ ମହିଳାମାନେ ସାନ ରଥକୁ ଟାଣିଥିବା ଦେଖାଯାଇଥିଲା। ଜିଲାପାଳ ଭୂମେଶଚନ୍ଦ୍ର ବେହେରା ମଧ୍ୟ ରଥ ଟାଣିଥିଲେ। ଜିଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ତହସିଲଦାର ଉଦୟନାଥ ମହାପାତ୍ର, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର ଓ ଟାଉନ ଥାନା ଅଧିକାରୀ ଅଭିନବ ଡାଳୁଆ ପ୍ରମୁଖଙ୍କ ଉପସ୍ଥିତିରେ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଥିଲା ା ଶନିବାର ରଥଗଡାଠାରୁ ରଥରୁ ମହାପ୍ରଭୁ ରତ୍ନ ସିଂହାସନକୁ ବିଜେ କରିବାର କାର୍ଯ୍ୟକ୍ରମ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri