ବାୟାବନ୍ଧନ ଯୋଜନା ଲାଗି ଆଧାର ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୭-୧୨: ବରିଷ୍ଠ ନାଗରିକଙ୍କ ପେନସନ ସ୍କିମ ପ୍ରଧାନମନ୍ତ୍ରୀ ବାୟାବନ୍ଧନ ଯୋଜନା ଲାଗି ସରକାର ଆଧାରକୁ ଅନିବାର୍ଯ୍ୟ କରିଛନ୍ତି। ଏହି ଯୋଜନାରେ ୮% ନିଶ୍ଚିତ ସୁଧହାର ପ୍ରଦାନ ବ୍ୟବସ୍ଥା ରହିଛି। ଏହାକୁ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ପକ୍ଷରୁ କାର୍ଯ୍ୟକାରୀ କରାଯାଇଛି। କେନ୍ଦ୍ର ବଜେଟ ୨୦୧୭-୧୮ ଏବଂ ୨୦୧୮-୧୯ରେ ଏହି ଯୋଜନା ସମ୍ପର୍କରେ ସରକାର ଘୋଷଣା କରିଥିଲେ। ଏହି ଯୋଜନାର ଲାଭ ନେବା ଲାଗି ଆଧାର ନିଶ୍ଚିତ ଭାବେ ଦେବାକୁ ପଡିବ। ସେହିଭଳି ଆଧାର ପ୍ରମାଣନ ପ୍ରକ୍ରିୟା ଦେଇ ଯିବାକୁ ପଡିବ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତିରେ କୁହାଯାଇଛି। ଯୋଜନାର ଲାଭ ନେବାକୁ ଇଛୁକ ବ୍ୟକ୍ତି, ଯେଉଁ ମାନଙ୍କ ପାଖରେ ଆଧାର ନାହିଁ ସେମାନେ ଆଧାର ପାଇଁ ଆବେଦନ କରିବାକୁ କୁହାଯାଇଛି। ଖରାପ ବାୟୋମେଟ୍ରିକ ଲାଗି ଆଧାର ପ୍ରମାଣନ ପ୍ରକ୍ରିୟାରେ ବାଧା ଉପୁଜିଲେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଧାରିତ ଏଜେନ୍ସି ଆଧାର ନମ୍ବର ପାଇବା ଲାଗି ସମସ୍ତ ପ୍ରକାରର ସୁବିଧା କରିବ। ସେହିଭଳି ସମୟ ଭିତ୍ତିକ ଓଟିପି ପ୍ରମାଣନ ପ୍ରକ୍ରିୟାରେ ବାଧା ଉପୁଜିଲେ ଏକ ଆଧାର ଲେଟର ପ୍ରଦାନ ବ୍ୟବସ୍ଥା ରହିଛି। ଏଥିରେ ଥିବା କ୍ୱିକ୍‌ ରେସ୍‌ପନ୍ସ(କ୍ୟୁଆର୍‌) କୋଡ୍‌ ସହାୟତାରେ କାର୍ଯ୍ୟ ସମ୍ପାଦନ ହୋଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri