Posted inଜାତୀୟ

‘ବାୟୁ’ ଉଠାଇବ ୧୦ ଫୁଟ ଜୁଆର

ନୂଆଦିଲ୍ଲୀ, ୧୩ା୬ :ଆରବ ସାଗରରେ ବାତ୍ୟା ‘ବାୟୁୁ’ ଉଗ୍ରରୂପ ଧାରଣ କରିବା ସହ ଗୁଜରାଟ ଉପକୂଳ ଆଡ଼କୁ ମୁହାଁଇବାରେ ଲାଗିଛି। ଗୁରୁବାର ସକାଳେ ଏହା ଉପକୂଳ ଅଞ୍ଚଳରେ ମାଡ଼ହୋଇ ତାଣ୍ଡବ ରଚିବ ବୋଲି କୁହାଯାଉଛି। ଘଣ୍ଟାକୁ ୧୫୫ରୁ ୧୭୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗୁଜରାଟ ଛଡ଼ା ଏହି ବାତ୍ୟା ମହାରାଷ୍ଟ୍ର ଓ କର୍ନାଟକ ଉପକୂଳରେ ପ୍ରବଳ ବର୍ଷା ସହ କ୍ଷତି ପହଞ୍ଚାଇପାରେ ବୋଲି ଦର୍ଶାଯାଇଛି। ଗୁଜରାଟର ପୋର୍‌ବନ୍ଦର ଓ ଡିଉ ମଝିରେ ବାତ୍ୟା ମାଡ଼ହେବାର ଆଶଙ୍କା ରହିଛି। ଏଠାରେ ହାଇଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଉଦ୍ଧାର ଓ ରିଲିଫ କାର୍ଯ୍ୟ ଲାଗି ୫୨ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ସଜାଗ ରଖାଯାଇଛି। ଗୁଜରାଟରେ କେବଳ ୪୦ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ରହିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବାୟୁ’କୁ ନେଇ ଟୁଇଟ୍‌ କରିବା ସହ ସମସ୍ତଙ୍କ ନିରାପତ୍ତା କାମନା କରିଛନ୍ତି।
ଅଞ୍ଚଳ ସୌରାଷ୍ଟ୍ର, ମୋର୍ବି, ଭାବନଗର, ଜୁନାଗଡ଼, ଗିର୍‌ ସୋମନାଥ, ଜାମ୍‌ନଗର, ଦ୍ୱାରକା, କଚ୍ଛ, ପୋର୍‌ବନ୍ଦର, ରାଜକୋଟ ଓ ଆମ୍‌ରେଲି ଜିଲାର ୫୦୦ ଗ୍ରାମରୁ ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ପ୍ରକାଶ। ବାତ୍ୟା ସମୟରେ ସମୁଦ୍ର ଅଶାନ୍ତ ରହିବ ଓ ୧୦ ଫୁଟ ଉଚ୍ଚର ଜୁଆର ଉଠିବାର ଆଶଙ୍କା କରାଯାଉଛି। ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ୧୦ଟି ଜିଲାରେ ସତର୍କତା ଜାରି କରାଯାଇଥିବାବେଳେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ପରେ ଦୁର୍ବଳ ହୋଇପଡ଼ିବ। ତଥାପି ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେପଟେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଓ ସମୀକ୍ଷା ବୈଠକ କରାଯାଇଛି। ନୂଆଦିଲ୍ଲୀର ନର୍ଥ ବ୍ଲକରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ କେନ୍ଦ୍ର ଗୃହ ସଚିବ ରାଜୀବ ଗୌଭାଙ୍କ ନେତୃତ୍ୱରେ ବୁଧବାର ହୋଇଥିଲା। ବାତ୍ୟା ପରିଚାଳନା ଓ ପ୍ରସ୍ତୁତି ସମ୍ପର୍କରେ ଏଥିରେ ଆଲୋଚନା ହୋଇଥିଲା। ବାତ୍ୟା ଲାଗି ସେନା ସଜାଗ ଥିବା ଜଣାପଡ଼ିଛି। ହେଲିକପ୍ଟର, ମେଡିିକାଲ ଟିମ୍‌ ସହ ରିଲିଫ ଓ ଉଦ୍ଧାର ଲାଗି ସମସ୍ତ ପ୍ରସ୍ତୁତି ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri