Posted inଜାତୀୟ

‘ବାୟୁ’ ଉଠାଇବ ୧୦ ଫୁଟ ଜୁଆର

ନୂଆଦିଲ୍ଲୀ, ୧୩ା୬ :ଆରବ ସାଗରରେ ବାତ୍ୟା ‘ବାୟୁୁ’ ଉଗ୍ରରୂପ ଧାରଣ କରିବା ସହ ଗୁଜରାଟ ଉପକୂଳ ଆଡ଼କୁ ମୁହାଁଇବାରେ ଲାଗିଛି। ଗୁରୁବାର ସକାଳେ ଏହା ଉପକୂଳ ଅଞ୍ଚଳରେ ମାଡ଼ହୋଇ ତାଣ୍ଡବ ରଚିବ ବୋଲି କୁହାଯାଉଛି। ଘଣ୍ଟାକୁ ୧୫୫ରୁ ୧୭୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗୁଜରାଟ ଛଡ଼ା ଏହି ବାତ୍ୟା ମହାରାଷ୍ଟ୍ର ଓ କର୍ନାଟକ ଉପକୂଳରେ ପ୍ରବଳ ବର୍ଷା ସହ କ୍ଷତି ପହଞ୍ଚାଇପାରେ ବୋଲି ଦର୍ଶାଯାଇଛି। ଗୁଜରାଟର ପୋର୍‌ବନ୍ଦର ଓ ଡିଉ ମଝିରେ ବାତ୍ୟା ମାଡ଼ହେବାର ଆଶଙ୍କା ରହିଛି। ଏଠାରେ ହାଇଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଉଦ୍ଧାର ଓ ରିଲିଫ କାର୍ଯ୍ୟ ଲାଗି ୫୨ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ସଜାଗ ରଖାଯାଇଛି। ଗୁଜରାଟରେ କେବଳ ୪୦ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ରହିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବାୟୁ’କୁ ନେଇ ଟୁଇଟ୍‌ କରିବା ସହ ସମସ୍ତଙ୍କ ନିରାପତ୍ତା କାମନା କରିଛନ୍ତି।
ଅଞ୍ଚଳ ସୌରାଷ୍ଟ୍ର, ମୋର୍ବି, ଭାବନଗର, ଜୁନାଗଡ଼, ଗିର୍‌ ସୋମନାଥ, ଜାମ୍‌ନଗର, ଦ୍ୱାରକା, କଚ୍ଛ, ପୋର୍‌ବନ୍ଦର, ରାଜକୋଟ ଓ ଆମ୍‌ରେଲି ଜିଲାର ୫୦୦ ଗ୍ରାମରୁ ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ପ୍ରକାଶ। ବାତ୍ୟା ସମୟରେ ସମୁଦ୍ର ଅଶାନ୍ତ ରହିବ ଓ ୧୦ ଫୁଟ ଉଚ୍ଚର ଜୁଆର ଉଠିବାର ଆଶଙ୍କା କରାଯାଉଛି। ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ୧୦ଟି ଜିଲାରେ ସତର୍କତା ଜାରି କରାଯାଇଥିବାବେଳେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ପରେ ଦୁର୍ବଳ ହୋଇପଡ଼ିବ। ତଥାପି ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେପଟେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଓ ସମୀକ୍ଷା ବୈଠକ କରାଯାଇଛି। ନୂଆଦିଲ୍ଲୀର ନର୍ଥ ବ୍ଲକରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ କେନ୍ଦ୍ର ଗୃହ ସଚିବ ରାଜୀବ ଗୌଭାଙ୍କ ନେତୃତ୍ୱରେ ବୁଧବାର ହୋଇଥିଲା। ବାତ୍ୟା ପରିଚାଳନା ଓ ପ୍ରସ୍ତୁତି ସମ୍ପର୍କରେ ଏଥିରେ ଆଲୋଚନା ହୋଇଥିଲା। ବାତ୍ୟା ଲାଗି ସେନା ସଜାଗ ଥିବା ଜଣାପଡ଼ିଛି। ହେଲିକପ୍ଟର, ମେଡିିକାଲ ଟିମ୍‌ ସହ ରିଲିଫ ଓ ଉଦ୍ଧାର ଲାଗି ସମସ୍ତ ପ୍ରସ୍ତୁତି ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri