Posted inଜାତୀୟ

ବାୟୁ ପ୍ରଦୂଷଣ ରୋକିବାରେ ସରକାର ବିଫଳ: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୭ା୧୧(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଉତ୍କଟ ବାୟୁ ପ୍ରଦୂଷଣ ରୋକିବାରେ କର୍ତ୍ତୃପକ୍ଷ ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ନଡ଼ା ନ ପୋଡିବା ଲାଗି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୭ ଦିନ ମଧ୍ୟରେ କୁଇଣ୍ଟାଲ ପିଛା ୧୦୦ ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ଯୋଗାଇଦେବାକୁ ଅଦାଲତ ପଞ୍ଜାବ, ହରିୟାଣା ଓ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି ଦେଶ ଅର୍ଥନୀତିର ମେରୁଦଣ୍ଡ ହୋଇଥିବାରୁ କୃଷକମାନଙ୍କ ସ୍ବାର୍ଥକୁ ଦେଖିବା ରାଜ୍ୟର ଦାୟିତ୍ୱ ବୋଲି ଜଷ୍ଟିସ୍‌ ଅରୁଣ ମିଶ୍ର ଓ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଏଥିସହିତ ନଡ଼ା ପୋଡ଼ି ବନ୍ଦ କରିବା ଲାଗି ଚାଷୀଙ୍କୁ ଆବଶ୍ୟକ ଯନ୍ତ୍ରପାତି ଯୋଗାଇଦିଆଯିବା ଆବଶ୍ୟକ ବୋଲି ଖଣ୍ଡପୀଠ ମତ ଦେଇଛନ୍ତି। ପରିବେଶର ଯତ୍ନ ନେବା ଲାଗି ୩ ମାସ ମଧ୍ୟରେ ବିସ୍ତୃତ ଯୋଜନା ପ୍ରସ୍ତୁତ କରିବାକୁ ଅଦାଲତ କେନ୍ଦ୍ର ସରକାରଙ୍କ ସମେତ ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବାୟୁ ପ୍ରଦୂଷଣ ପାଇଁ ସର୍ବୋଚ୍ଚ ଅଦାଲତ ସରକାରଙ୍କୁ ଦାୟୀ କରିଥିଲେ। ନଡ଼ା ପୋଡ଼ି ବନ୍ଦ କରିବା ଲାଗି କ’ଣ ପାଇଁ ସରକାର ଆବଶ୍ୟକ ଯନ୍ତ୍ରପାତି ଯୋଗାଇନାହାନ୍ତି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ଯଦି ସରକାର ଲୋକଙ୍କ ପାଇଁ ଚିନ୍ତା କରୁନାହାନ୍ତି ତେବେ ସେମାନଙ୍କର କ୍ଷମତାରେ ରହିବାର ଅଧିକାର ନାହିଁ। ଜନମଙ୍ଗଳ ସରକାରଙ୍କ ସଙ୍କଳ୍ପକୁ ରାଜ୍ୟଗୁଡିକ ଭୁଲିଯିବା ଦୁର୍ଭାଗ୍ୟଜନକ ବୋଲି ଅଦାଲତ କହିଥିଲେ। ଆପଣମାନେ କେବଳ ଶାସନ କ୍ଷମତାରେ ରହିବାକୁ ଚାହୁଁଛନ୍ତି, ଅଥଚ ଲୋକଙ୍କ ପାଇଁ ଚିନ୍ତା ନ କରି ସେମାନଙ୍କୁ ମରିବାକୁ ଛାଡିଦେଉଛନ୍ତି ବୋଲି ଖଣ୍ଡପୀଠ ସରକାରଙ୍କୁ ଭର୍ତ୍ସନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri