ବାୟୁ ପ୍ରଦୂଷଣ ସଚେତନତା କର୍ମଶାଳା: ସଚେତନତା ହିଁ ନିୟନ୍ତ୍ରଣରେ ସହାୟକ ହେବ

ଅନୁଗୋଳ ଅଫିସ୍‌, ୧୨।୨ – ଦେଶର ୧୦୨ଟି ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରୁ ଅନୁଗୋଳ ଅନ୍ୟତମ। ଓଡ଼ିଶାରେ ଅନୁଗୋଳ ସମେତ ୭ଟି ସହର ଏହି ସର୍ବାଧିକ ପ୍ରଦୂଷିତ ବା ନନ-ଆଟେନ୍‌ମେଣ୍ଟ ତାଲିକାରେ ଅନ୍ତର୍ଭୁକ୍ତ। କଳକାରଖାନାରୁ ନିର୍ଗତ ଧୂଆଁ, କୋଇଲା ଖଣି, ରାସ୍ତା ଧୂଳି ଓ ଯାନବାହନ ସହ ବିଭିନ୍ନ ନିର୍ମାଣ କାର୍ଯ୍ୟ ସମୟରେ ନିର୍ଗତ ହେଉଥିବା ଧୂଳି ଓ ଧୂଅଁା ଏହି ବାୟୁ ପ୍ରଦୂଷଣର ମୁଖ୍ୟ କାରଣ। ଏହା ଅନୁଗୋଳବାସୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରୁଛି। ଶିଳାନୁଷ୍ଠାନ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଜନସାଧାରଣ ସମସ୍ତେ ମିଳିତ ଭାବେ ଏହାର ସମାଧାନ ପାଇଁ ଆଗେଇ ଆସିବାକୁ ଅନୁଗୋଳସ୍ଥିତ ନାଲ୍‌କୋ ସଭାଗୃହରେ ଅନୁଷ୍ଠିତ ସଚେତନତା ଶିବିରରେ ବକ୍ତାମାନେ ଆହ୍ବାନ ଦେଇଛନ୍ତି।
‘ନନ-ଆଟେନମେଣ୍ଟ ସହର ଗୁଡିକରେ ବାୟୁ ପ୍ରଦୂଷଣ କମାଇବାରେ ସହାୟକ ହେବକି’ ଶୀର୍ଷକ କର୍ମଶାଳାରେ ଯୋଗଦେଇ ଅନୁଗୋଳସ୍ଥିତ ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କାର୍ଯ୍ୟକାଳୟର ଅଧିକାରୀ ଡ. ଅନୁପ କୁମାର ମଲ୍ଲିକ କହିଥିଲେ ଯେ, ବାୟୁ ପ୍ରଦୂଷଣ ରୋକିବା ପାଇଁ ବୋର୍ଡ, ଶିଳ୍ପାନୁଷ୍ଠାନ, ସ୍ଥାନୀୟ ପ୍ରଶାସନ ଓ ଜନସାଧାରଣ ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ। ଏପରି କର୍ମଶାଳା ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri