ବାୟୁ ସେନା ପ୍ରତିରକ୍ଷା ବାହିନୀକୁ ରାଷ୍ଟ୍ରପତି କଲର୍ସ ସମ୍ମାନ ଏକତା, ଅଖଣ୍ଡତା, ସାର୍ବଭୌମତ୍ୱ ରକ୍ଷାରେ ସେନା ଭୂମିକା ପ୍ରଶଂସନୀୟ:ରାଷ୍ଟ୍ରପତି

ବ୍ରହ୍ମପୁର ଅଫିସ୍‌,୨୯ା୯-ଗଞ୍ଜାମ ଜିଲା ଗୋପାଳପୁର ସେନା ଷ୍ଟେଶନ୍‌ସ୍ଥିତ ସେନା ବାୟୁ ପ୍ରତିରକ୍ଷା ବାହିନୀ(ଆର୍ମି ଏୟାର୍‌ ଡିଫେନ୍ସ)କୁ ଶନିବାର ରାଷ୍ଟ୍ରପତି କଲର୍ସ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଏହି ସମ୍ମାନ ପ୍ରଦାନ କରିଛନ୍ତି । ନିଜ ଅଭିଭାଷଣରେ ରାଷ୍ଟ୍ରପତି କୋବିନ୍ଦ ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସାର୍ବଭୌମତ୍ୱ ରକ୍ଷା ଦିଗରେ ଭାରତୀୟ ସଶସ୍ତ୍ର ସେନା ବାହିନୀ ଓ ସେନା ବାୟୁ ପ୍ରତିରକ୍ଷା ବାହିନୀର କାର୍ଯ୍ୟକୁ ପ୍ରଶଂସା କରିଥିଲେ ।
ଭାରତୀୟ ସ୍ଥଳ ସେନାର ଗୌରବପୂର୍ଣ୍ଣ ସମ୍ମାନ ମଧ୍ୟରେ ରାଷ୍ଟ୍ରପତି କଲର୍ସ ସମ୍ମାନ ହେଉଛି ସର୍ବୋଚ୍ଚ ସମ୍ମାନ । ବାୟୁ ପ୍ରତିରକ୍ଷା ବାହିନୀକୁ ଏହି ସମ୍ମାନ ପ୍ରଦାନ କରାଯାଉଥିବା ଯୋଗୁ ଏକ ଭବ୍ୟ କାର୍ଯ୍ୟକ୍ରମର ଆୟୋଜିତ ହୋଇଥିଲା। ଶନିବାର ସକାଳ ସାଢ଼େ ୮ଟାରେ ରାଷ୍ଟ୍ରପତି କୋବିନ୍ଦ ସମାରୋହ ସ୍ଥଳରେ ପହଞ୍ଚିଥିଲେ । ବ୍ରିଗେଡ଼ିୟର୍‌ ରାଜୀବ ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରାଷ୍ଟ୍ରପତି କୋବିନ୍ଦଙ୍କୁ ଏକ ଭବ୍ୟ ପରେଡ୍‌ ମାଧ୍ୟମରେ ରାଷ୍ଟ୍ରୀୟ ଅଭିବାଦନ ଦିଆଯାଇଥିଲା। ପରେ ଲ୍ୟୁଟେନାଣ୍ଟ ବିବେକ ବିଜୟ ମୋରେ ସେନା ବାୟୁ ପ୍ରତିରକ୍ଷା ବାହିନୀ ତରଫରୁ ରାଷ୍ଟ୍ରପତି କୋବିନ୍ଦଙ୍କଠାରୁ କଲର୍ସ ସମ୍ମାନ ଗ୍ରହଣ କରିଥିଲେ । ନିଜ ଅଭିଭାଷଣରେ ଏହି ସମ୍ମାନ ପ୍ରଦାନ ନେଇ ସେ ସନ୍ତୋଷ ପ୍ରକାଶ କରିଥିଲେ। ଏଥି ସହ ରାଷ୍ଟ୍ରପତି କୋବିନ୍ଦ କହିଥିଲେ, ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସେନା ବାୟୁ ପ୍ରତିରକ୍ଷାର ବହୁ ସୈନ୍ୟ ଦଳ ବିଭିନ୍ନ ଅଭିଯାନରେ ଭାଗ ନେଇଥିଲେ। ଏଥି ମଧ୍ୟରେ ବର୍ମା ଅଭିଯାନ, ଇମ୍ପାଲ ଓ କୋହିମା ଘେରାବନ୍ଦୀ, ରେଙ୍ଗୁନ୍‌ ପୁନଃଦଖଲ, ଆରାକାନ୍‌ ମାୟିତକିୟିନା, ହକଂ, ସିଙ୍ଗାପୁର, ମଲାୟାଲମ୍‌, ବାହାରିନ୍‌, ଇରାକ୍‌ ଏବଂ ପାରସ୍ୟ ସୈନ୍ୟ ଅଭିଯାନ ସାମିଲ୍‌ । ଏଥି ପାଇଁ ବହୁ ବୀରତ୍ୱ ସମ୍ମାନ ଯଥା ୪ ମିଲିଟାରୀ କ୍ରସ୍‌, ବ୍ରିଟିଶ୍‌ ସାମାଜ୍ୟର ଏକ ପଦକ, ୭ ଭାରତୀୟ ବିଶିଷ୍ଟ ସେନା ପଦକ ଏବଂ ବ୍ରିଟ୍ରିଶ୍‌ ସାମ୍ରାଜ୍ୟର ଦୁଇଟି ସମ୍ମାନପତ୍ର ସାମିଲ୍‌ । ସେନା ବାୟୁ ପ୍ରତିରକ୍ଷା ବାହିନୀର ୧୯୪୦ ପରଠୁ ଆର୍ଟିଲାରୀର ଏକ ଅଂଶବିଶେଷ ଭାବେ କାର୍ଯ୍ୟ କରିଆସୁଛି । ଏହାକୁ ୧୯୯୪ ରେ ଏକ ସ୍ବତନ୍ତ୍ର ଶସସ୍ତ୍ର ସୈନ୍ୟ ବାହିନୀ ଭାବେ ମାନ୍ୟତା ମିଳିଥିଲା । ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ୨ ଅଶୋକ ଚକ୍ର, ୨ କିର୍ତ୍ତୀ ଚକ୍ର, ୨୦ ବୀର ଚକ୍ର, ୯ ଶୌର୍ଯ୍ୟ ଚକ୍ର, ୧୧୩ ସେନା ପଦକ ଏବଂ ୫୫ ମାନ୍‌ସନ୍‌ ଇନ୍‌ ଡେସ୍‌ପ୍ୟାଚ୍‌ ସହିତ ୧୯୭୧ର ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ୪ ସମ୍ମାନଜକ ଉପାଧିରେ ମଧ୍ୟ ସମ୍ମାନିତ କରାଯାଇଛି । ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ରସେନା ପ୍ରତି ଅନୁପ୍ରାଣିତ କରିବ ବୋଲି ରାଷ୍ଟ୍ରପତି କୋବିନ୍ଦ ପ୍ରକାଶ କରିଥିଲେ । ଏଥି ସହ ସେ ଉପସ୍ଥିତ ସମସ୍ତ ସେନା ଅଧିକାରୀ ଓ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ ।
ସୂଚନାଯୋଗ୍ୟ, ସ୍ବାଧୀନ ବାହିନୀ ଭାବେ ୨୫ବର୍ଷରୁ ଊର୍ଦ୍ଧ୍ୱ ସମୟ ପର୍ଯ୍ୟନ୍ତ ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି କଲର୍ସ ସମ୍ମାନ ପ୍ରଦାନ କରାଯାଇଥାଏ ।
କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥଳସେନା ମୁଖ୍ୟ ତଥା ଚିଫ୍‌ ଅଫ୍‌ ଆର୍ମି ଷ୍ଟାଫ୍‌ ଜେନେରାଲ୍‌ ବିପିନ ରାୱତ, ସେନା ବାୟୁ ପ୍ରତିରକ୍ଷା ବାହିନୀ ମୁଖ୍ୟ ଲ୍ୟୁଟେନାଣ୍ଟ ଜେନେରାଲ୍‌ ଆଶ୍ୱିନୀ କୁମାର, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଭାଜପା ବିରୋଧୀ ଦଳ ନେତା ପ୍ରଦୀପ ନାୟକଙ୍କ ସମେତ ସେନା ବାହିନୀର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?