ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା: ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଦାବି କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩୦ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ୧୦ ଦିନ ହେବ ୨୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଜ୍ୱର ହେବା ସହ ପତଳା ଝାଡ଼ା ଲାଗି ରହିଛି। ଡାକ୍ତରୀ ଦଳ ଚିକିତ୍ସା ପାଇଁ ଯାଇଥିଲେ ମଧ୍ୟ ସମସ୍ତ ରୋଗୀଙ୍କ ଘରେ ପହଞ୍ଚି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେପଟେ ପିଇବା ପାଣି ଯୋଗୁ ଏଭଳି ବାରମ୍ବାର ଜ୍ୱର ଏବଂ ଝାଡ଼ା ହେଉଥିବା ଚିକିତ୍ସା କରୁଥିବା ଡାକ୍ତରଙ୍କ ପକ୍ଷରୁ କୁହାଯାଉଛି। କିନ୍ତୁ ବିଶୁଦ୍ଧ ପିଇବା ପାଣିର ବ୍ୟବସ୍ଥା କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏବେ ସୁଦ୍ଧା କିଛି ଲୋକ ଘରୋଇ କ୍ଲିନିକ୍‌ରେ ଚିକିତ୍ସା ହେଉଥିବା ବେଳେ ଆଉ କିଛି ଲୋକ ଡାକ୍ତରଖାନାରେ ପହଞ୍ଚିଛନ୍ତି। ଆବଶ୍ୟକ ଡାକ୍ତର ଟିମ୍‌ ବି.ଡକେବାଡ଼ି ଯାଇ ଚିକିତ୍ସା କରିବା ଏବଂ ସଠିକ୍‌ ଢଙ୍ଗରେ ଚିକିତ୍ସା କରିବାକୁ ଗ୍ରାମର ସୁନାବାର ମଲ୍ଲିକ, ପ୍ରେମିକା ହାଁସଦା ନିଲାମତି ନାୟକ, କିଷାନ ନାୟକ, ପାଏଲ ନାୟକ ପ୍ରମୁଖ ଦାବି କରିଛନ୍ତିି। ତୁରନ୍ତ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ଦାବି ହେଉଛି। ଗ୍ରାମରେ ଗୋଟିଏ କୂଅ ରହିଥିବା ବେଳେ ଅଧିକାଂଶ ଲୋକ ଏହା ଉପରେ ନିର୍ଭରଶୀଳ। ତେବେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ବ୍ଲକ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ବି.ଡକେବାଡ଼ି ବାସିନ୍ଦା ହନ୍ତସନ୍ତ ହେଉଛନ୍ତି। ଏନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜୟପାଲ ସେନାପତି କହିଛନ୍ତିି ଯେ, ସେ ଏନେଇ ଜିଲାକୁ ଜଣାଇଛନ୍ତି। ଉକ୍ତ ଗ୍ରାମରେ ନଳକୂପ ଥାଇ ମଧ୍ୟ ଲୋକେ ଚୁଆପାଣି ବ୍ୟବହାର କରୁଥିବାରୁ ଏଭଳି ସମସ୍ୟା ଉପୁଜିଛି। ତେଣୁ ଗୁରୁବାର ୬ ଜଣଙ୍କୁ ଡାକ୍ତରଖାନା ଅଣାଯାଇଛି। ଚିକିତ୍ସା ଚାଲିବା ସହ ସେମାନଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ପଠାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri