ଶେରଗଡ,୨୧ା୭(ଡି.ଏନ.ଏ.)-ଶେରଗଡ ବ୍ଲକ ମିଳିତ ଶିକ୍ଷକ ସଂଘର ଏକ ବୈଠକ ଶନିବାର ସ୍ଥାନୀୟ ଜୟଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଇଓ ଭାସ୍କର ଲେଙ୍କା ଛଦ୍ମବେଶରେ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷକଙ୍କୁ ହଇରାଣ କରୁଥିବାରୁ ତୁରନ୍ତ ତାଙ୍କୁ ଜିଲା ବାହାରକୁ ବଦଳି କରିବାକୁ ଦାବି ଜୋର ଧରିଛି। ୭ଦିନ ମଧ୍ୟରେ ବଦଳି ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଶିକ୍ଷକମାନେ ଚେତାବନୀ ଦେଇଛନ୍ତି। ବିଇଓଙ୍କ ୧୨ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ, ଶିକ୍ଷା ସଚିବ, ଗଞ୍ଜାମ ଜିଲାପାଳ, ଭଞ୍ଜନଗର ଉପଜିଲାପାଳ, ଶେରଗଡ ବିଡିଓ ଓ ଥାନା ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଉକ୍ତ ଦାବିପତ୍ରରେ ବିଇଓ ୩ଦିନ ଅଫିସରେ ରହି ଅନ୍ୟ ୩ଦିନ ତାଙ୍କ ଘର ଖୋର୍ଦ୍ଧାରେ ରହୁଛନ୍ତି, ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ଛୁଟି ଦେବାରେ ହଇରାଣ କରିବା, ଛୁଟି ନେଲେ କୈଫିୟତ ତଲବ କରିବା, ପରିଦର୍ଶନ ବେଳେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନାଲିଆଖି ଦେଖାଇବା ଆଦି ଉଲ୍ଲେଖ ରହିଛି। ସରକାରଙ୍କ ନିୟମ ଅନୁଯାୟୀ, ଦଣ୍ଡମୁକ୍ତ ଓ ଭୟମୁକ୍ତ ଅଞ୍ଚଳ ବିଦ୍ୟାଳୟ ପରିସରରେ କିପରି ବିଇଓ ଛଦ୍ମବେଶରେ ପଶିଲେ, ତାହା ଛାତ୍ରୀଛାତ୍ରଙ୍କ ମଧ୍ୟରେ ଭୟ ସଂଚାର କଲା ବୋଲି ଅଭିଯୋଗ କରିଛନ୍ତି।
ନେଇ ବିଇଓ ଲେଙ୍କାଙ୍କୁ ପଚାରିବାରୁ, ମୋ ବିରୋଧରେ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ଓ ଉଦ୍ଦେଶ୍ୟ ପ୍ରଣୋଦିତ। ମୁଁ ଏହାର ବିଧିବଦ୍ଧ ତଦନ୍ତ ଦାବି କରୁଛି। ବିଦ୍ୟାଳୟକୁ ଠିକ୍ ସମୟରେ ଶିକ୍ଷକ ଆସୁ ନ ଥିବାରୁ ପରିଦର୍ଶନରେ ଯାଇଥିଲି। ବ୍ୟବସ୍ଥାରେ ସୁଧାର ଆଣିବା ମୋ ଲକ୍ଷ୍ୟ ବୋଲି କହିଛନ୍ତି। ମୁଁ କୌଣସି କାମ ପାଇଁ କେବେ ଅର୍ଥ ଦାବି କରିନାହିଁ, ବରଂ ବିଭିନ୍ନ ଅନୁଷ୍ଠାନକୁ ପକେଟରୁ ଅର୍ଥ ପ୍ରଦାନ କରିଛି ଯାହା ତଦନ୍ତ କଲେ ସ୍ପଷ୍ଟ ହେବ ବୋଲି କହିଛନ୍ତି।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

