ବିଇଡି, ଏମ୍‌ଇଡି ଶିକ୍ଷାନୁଷ୍ଠାନକୁ ବନ୍ଦ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ

ଭୁବନେଶ୍ୱର, ୨୧। ୨(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ବିଇଡି ଏବଂ ଏମ୍‌ଇଡି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିବାର ହୀନ ଚେଷ୍ଟା ବିରୋଧରେ ଏଆଇଡିଏସଓ ପକ୍ଷରୁ ଦୃଢ ବିରୋଧ କରାଯିବା ସହ ଆନ୍ଦୋଳନ କରିବାକୁ ଆହ୍ବାନ ଦିଆଯାଇଛି। ଗୁରୁବାର ଏକ ପ୍ରେସ ବିବୃତିରେ ସଙ୍ଗଠନର ରାଜ୍ୟ ସଭାପତି ଗଣେଶ ତ୍ରିପାଠୀ ଓ ସମ୍ପାଦକ ସୁବାସ ନାୟକ କହିଛନ୍ତି। ଜାନୁୟାରୀ ୧୬ରୁ ୧୮ ମଧ୍ୟରେ ଭୁବନେଶ୍ୱରରେ ଅନୁଷ୍ଠିତ ଇଆରସି ଓ ନ୍ୟାଶନାଲ କାଉନ୍‌ଶିଲ ଫର ଟିଚ୍‌ର ଏଜୁକେଶନର ୨୭୮ତମ ସଭାରେ ରାଜ୍ୟରେ ୧୦ ବିଇଡି, ଏମ୍‌ଇଡି ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟରେ ଦିଆଯାଉଥିବା କୋର୍ସକୁ ଆସନ୍ତା ୨୦୨୦-୨୧ ଶିକ୍ଷାବର୍ଷଠାରୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।
ଶିକ୍ଷାନୁଷ୍ଠାନରେ ଆବଶ୍ୟକ ସଂଖ୍ୟକ ଅଧ୍ୟାପକ ନାହାନ୍ତି, ଶିକ୍ଷାନୁଷ୍ଠାନ ପାଇଁ ଆବଶ୍ୟକ ସ୍ଥାୟୀ କ୍ୟାମ୍ପସ୍‌ ନାହିଁ, ଆବଶ୍ୟକ ଭିତ୍ତିଭୂମି ନାହିଁ, ସେଥିପାଇଁ ଅନୁବନ୍ଧନ ପ୍ରତ୍ୟାହାର କରାଗଲା ବୋଲି ଏକ ଚିଠିରେ ଉଲ୍ଲେଖ କରାଯାଇ ଏହାକୁ ବନ୍ଦ କରିବାକୁ ଚକ୍ରାନ୍ତ କରାଯାଉଛି। ଉକ୍ତ ୧୦ଟି ଶିକ୍ଷାନୁଷ୍ଠାନରେ ରାଜ୍ୟର ହଜାର ହଜାର ଛାତ୍ରୀଛାତ୍ର କମ ଟଙ୍କାରେ ସରକାରୀ ଶିକ୍ଷାନୁଷ୍ଠାନ ଭାବେ କୋର୍ସ କରିପାରୁଥିଲେ। ଏପରି ସ୍ଥଳେ ବର୍ତ୍ତମାନ ହଜାର ହଜାର ସାଧାରଣ ଗରିବ ଛାତ୍ରୀଛାତ୍ର, ଶିକ୍ଷକ ତାଲିମରୁ ସମ୍ପୂର୍ଣ୍ଣ ବଞ୍ଚତ୍ତ ହେବେ। ତେଣୁ ଯଦି ସରକାର ଏ ନେଇ କିଛି ପଦକ୍ଷେପ ତୁରନ୍ତ ନେଇ ସମାଧାନ ନ କରନ୍ତି ତେବେ ଆଗାମୀ ଦିନରେ ଏହା ବିରୋଧରେ ଛାତ୍ରୀଛାତ୍ରମାନେ ଆସନ୍ତା ମାର୍ଚ୍ଚରେ ବିଧାନସଭା ଘେରାଉ କରିବା ସହ ଆନ୍ଦୋଳନ ପନ୍ଥା ଆପଣାଇବେ ବୋଲି ଏଆଇଡିଏସଓ ପକ୍ଷରୁ ଗୁରୁବାର ଏକ ପ୍ରେସ୍‌ ବିବୃତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri