ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶକୁ ଅଣଦେଖା : ପୂଜା ପୂର୍ବରୁ ରାସ୍ତା ସ୍ଥିତି ଏମିତି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଜଗତଜନନୀ ମା’ ଦୁର୍ଗା ଧରାବତରଣ କରିବେ। ଆଉ ମାତ୍ର ୭ ଦିନ ପୂଜା ହେବାକୁ ବାକି ଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପୂଜା ପୂର୍ବରୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବା ନେଇ ଅନିଶ୍ଚିତତା ଦେଖାଦେଇଛି। କେଉଁଠି ରାସ୍ତାରେ ବଡ ବଡ ଖାଲ ତ ଆଉ କେଉଁଠାରେ ନାଲିମାଟି ପଡିଛି। କେଉଁଠି ପଚପଚ କାଦୁଅ ତ ହେଉଁଠି ମଇଳା ପାଣି ଲହଡି ଭାଙ୍ଗୁଛି। ଏପରିକି ଉକ୍ତ ରାସ୍ତାରେ ଯାନାବାହନରେ ଯାତାୟାତ କରିବା ତ ଛାଡ ଚାଲି ଚାଲି ଯିବାକୁ ବି ଡର ଲାଗୁଛି। ଗଛ କଟାଯିବା ତ ଦୂରର କଥା ଡ୍ରେନରୁ ମଇଳା ପାଣି ରାସ୍ତାରେ ଭାସୁଥିବା ଦେଖିବାକୁ ମିଳୁଛି।
ଉଲ୍ଲେଖଯୋଗ୍ୟ, ଗତ ୯ ତାରିଖରେ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ପୂଜା ମଣ୍ଡପ ସହ ହୋଇଥିବା ବୈଠକରେ ମା’ଙ୍କ ପୂଜା ପୂର୍ବରୁ ସମସ୍ତ ପୂଜା ମଣ୍ଡପ ବୁଲିବା ସହ ସମସ୍ତ ସମସ୍ୟାର ତଦାରଖ କରିବାକୁ ଅଧିକାରୀମାନଙ୍କୁ କହିଥିଲେ। ଏଥିପାଇଁ ବିଏମ୍‌ସିରେ କାର୍ଯ୍ୟରତ ଅଧିକାରୀ ଓ ଇଞ୍ଜିନିୟରମାନେ ଏକ ଦଳ ଗଠନ କରି କ୍ଷେତ୍ର ପରିଦର୍ଶନରେ ଯିବେ। ପୂଜା ପୂର୍ବରୁ ସହରର ସମସ୍ତ ରାସ୍ତା ମରାମତି କାମ ଶେଷ କରାଯିବ ବୋଲି କମିଶନର ଚୌଧାରୀ କହିଥିଲେ। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅପାରଗତା ପାଇଁ ପୂଜା ପୂର୍ବରୁ କାମ ସରିପାରିବ ନାହିଁ ବୋଲି ଦେଖିବାକୁ ମିଳୁଛି। ପୂଜା ମଣ୍ଡପଗୁଡିକୁ ସବୁପ୍ରକାର ସୁବିଧା ଦେବା ଲାଗି ବିଏମ୍‌ସି ଗୁରୁତ୍ୱାରୋପ କରୁଛି ବୋଲି କମିଶନର କହିଥିଲେ। ହେଲେ ଏଠାରେ କିନ୍ତୁ ସମ୍ପୂର୍ଣ୍ଣ ବି ପରୀତ ଚିତ୍ର ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri