ବିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଭାଜପାର ଧାରଣା: ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାକୁ ଦାବି

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜଧାନୀବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ଏହାର ପ୍ରତିବାଦରେ ବୁଧବାର ଭାରତୀୟ ଜନତା ପାର୍ଟି ଭୁବନେଶ୍ୱର ଜିଲା ପକ୍ଷରୁ ଜିଲା ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କ ନେତୃତ୍ୱରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ଏକ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଥିଲା। ରାଜଧାନୀବାସୀଙ୍କ ସମସ୍ତ ସମସ୍ୟାକୁ ନେଇ ଏହି ଧାରଣା କରାଯାଇଥିଲା। ସାଧାରଣତଃ ବର୍ଷା ପାଣି , ବର୍ଜ୍ୟବସ୍ତୁ ନିଷ୍କାସନ ଓ ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ହିତାଧିକାରୀଙ୍କୁ ଅନୁକମ୍ପା ରାଶି ଦେବାରେ ବିଫଳ ହୋଇଥିବା କଥାକୁ ଦର୍ଶାଯାଇ ବିଏମ୍‌ସି ବିରୋଧରେ ନାରାବାଜି କରାଯାଇଥିଲା। ଭାଜପା ରାଜ୍ୟ ଉପସଭାପତି ସମୀର ମହାନ୍ତି, ପ୍ରବକ୍ତା ଦିଲୀପ ମହାନ୍ତି, ଜଗନ୍ନାଥ ପ୍ରଧାନ, ବାବୁ ସିଂ, ଜିଲା ଉପସଭାପତି ବସନ୍ତ ରାଉତ, ପଦ୍ମାବତୀ ଜେନାଙ୍କ ସହ ବହୁ କର୍ମୀ ଏ ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କୁ ବିଭିନ୍ନ ଦାବି ସମ୍ବଳିତ ସ୍ମାରକପତ୍ର ଦାବିପତ୍ର ପ୍ରଦାନ କରିଥିଲେ। ଏହା ବ୍ୟତୀତ ରାଜଧାନୀବାସୀଙ୍କୁ ଯଦି ଉପଯୁକ୍ତ ନାଗରିକ ସୁବିଧା ଯୋଗାଇ ନ ଦିଆଯାଏ ତାହା ହେଲେ ବ୍ୟାପକ ଜନ ଆନ୍ଦୋଳନ କରାଯିବ ବୋଲି ଭାଜପା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?