ବିଏମ୍‌ସି ମୁଖ୍ୟାଳୟରେ ସମୀକ୍ଷା ବୈଠକ: ସୋମବାର ସୁଦ୍ଧା ଜଳିବ ସବୁ ଷ୍ଟ୍ରିଟଲାଇଟ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ପ୍ରଳୟରେ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଯାବତ୍‌ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇପାରି ନ ଥିବା ବେଳେ ମୁଖ୍ୟ ରାସ୍ତାଗୁଡ଼ିକୁ ଛାଡ଼ିଦେଲେ ଅନ୍ୟ ରାସ୍ତାରେ ଲଗାଯାଇଥିବା ଷ୍ଟ୍ରିଟଲାଇଟ୍‌ଗୁଡ଼ିକ ଜଳୁନାହିଁ। ଏ ନେଇ ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଏକ ସମୀକ୍ଷା କରାଯାଇଛି। ବିଏମ୍‌ସି କମିଶନର ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଏମ୍‌ସିର ବହୁ ଉଚ୍ଚପଦସ୍ଥ ଅଧିକାରୀ ଓ ବିଭିନ୍ନ ବିଭାଗୀୟ ଇଞ୍ଜିନିୟର ଉପସ୍ଥିତ ରହି ବିନା ଷ୍ଟ୍ରିଟଲାଇଟ୍‌ରେ ଉପୁଜୁଥିବା ସମସ୍ୟା ଉପରେ ଆଲୋଚନା କରିଛନ୍ତି। ଭୁବନେଶ୍ୱରରେ କେତେ ଷ୍ଟ୍ରିଟଲାଇଟ୍‌ ଭାଙ୍ଗିଛି ଓ ସେଗୁଡ଼ିକୁ କିପରି ସ୍ବାଭାବିକ କରାଯିବ, ସେ ନେଇ ଆଲୋଚନା କରାଯିବା ପରେ ଆସନ୍ତା ସୋମବାର ସୁଦ୍ଧା ସହର ସମସ୍ତ ଷ୍ଟ୍ରିଟଲାଇଟ୍‌ ଜଳିବ ବୋଲି ନିଷ୍ପତ୍ତି ହୋଇଛି। ଭୁବନେଶ୍ୱରରେ କେତେ ଷ୍ଟ୍ରିଟଲାଇଟ୍‌ କ୍ଷତିଗ୍ରସ୍ତ ହୋଇଛି, ତାହାର ଆକଳନ ନିମନ୍ତେ ବିଏମ୍‌ସି ପକ୍ଷରୁ ଏକ ସର୍ଭେ କରାଯାଇଥିଲା। ସୋମବାର ମଧ୍ୟରେ ସମସ୍ତ ଷ୍ଟ୍ରିଟଲାଇଟ୍‌ ଜଳାଇବା ଲାଗି ୧୪ ଇଲେକ୍ଟ୍ରିକାଲ କଣ୍ଟ୍ରାକ୍ଟର ଟିମ୍‌ ସହ ୪ ଜୁନିୟର ଇଞ୍ଜିନିୟର ଓ ୮ ଟେକ୍ନିସିଆନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ଭୁବନେଶ୍ୱରରେ ମୋଟ ୫୦ହଜାର ଷ୍ଟ୍ରିଟଲାଇଟ୍‌ ଖୁଣ୍ଟରେ ଲାଗିଥିବା ୬୦ହଜାର ଏଲ୍‌ଇଡି ଲାଇଟ୍‌ର ୭୦% ଅକ୍ଷୁଣ୍ଣ ଥିବାବେଳେ ୩୦% କ୍ଷତିଗ୍ରସ୍ତ ହୋଇଛି ଏବଂ ୧୫ଶହ ଖୁଣ୍ଟ ଭାଙ୍ଗିଛି। ଏଥିମଧ୍ୟରେ ସେସୁ ଓ ବିଏମ୍‌ସିର ୪୦ହଜାର ଖୁଣ୍ଟ ଥିବାବେଳେ ୧୦ହଜାର ମଧ୍ୟବର୍ତ୍ତୀ(ମେଡିଆନ) ଖୁଣ୍ଟ ରହିଛି। ସ୍ଥିତିରେ ଶୀଘ୍ର ସୁଧାର ଆଣିବା ଲାଗି ବିଏମ୍‌ସି ପକ୍ଷରୁ ଘରୋଇ ଇଞ୍ଜିନିୟରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ପ୍ରଥମ ସହର ଭାବେ ଭୁବନେଶ୍ୱରରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ୍‌ ଜଳିଥିଲା। ତା’ପରେ ଅନ୍ୟ ସହରଗୁଡ଼ିକରେ ଜଳିଥିଲା। ଏହା କେବଳ ଉଜ୍ଜ୍ୱଳ ଆଲୋକ ଲାଗି ଲଗାଯାଇନାହିଁ, ବରଂ ସହରର ସୌନ୍ଦର୍ଯ୍ୟ ମଧ୍ୟ ଏଥିରେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri