ବିଏସଏନଏଲ ସେବାରେ ଅବ୍ୟବସ୍ଥା ନେଇ ୧୨ ଘଣ୍ଟା ଚିତ୍ରକୋଣ୍ଡା ବନ୍ଦ, କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ଚିତ୍ରକୋଣ୍ଡା,୨୩ା୭(ଡି.ଏନ.ଏ.)- ବିଏସଏନଏଲ ସେବା ପ୍ରଦାନରେ ଅବ୍ୟବସ୍ଥା ପ୍ରତିବାଦରେ ଆହୂତ ଚିତ୍ରକୋଣ୍ଡା ବନ୍ଦ ଡାକରା ସଫଳ ହୋଇଛି। ଏହାକୁ ସ୍ଥାନୀୟ ଅଞ୍ଚଳର ସମସ୍ତ ଜନସାଧାରଣ ସମର୍ଥନ କରିଛନ୍ତି। ସେମାନେ ବିଏସଏନଏଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଏହାର ପ୍ରତିବାଦ କରିଛନ୍ତି। ବନ୍ଦ ଯୋଗୁ ଚିତ୍ରକୋଣ୍ଡାରେ ଦୋକାନ ବଜାର ଗାଡିମୋଟର ଚଳାଚଳ ବନ୍ଦ ରହିଥିଲା। ଏହି ବନ୍ଦ ପାଳନ ସମୟରେ ବିଏସଏଫର ଅଷ୍ଟମ ବାଟାଲିୟନର କେତେକ ବିଏସଏଫ୍‌ ନାପସନ୍ଦ କରି ବିରୋଧ କରିଥିଲେ। ଖବର ସଂଗ୍ରହ କରୁଥିବା କେତେକ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବବ୍ୟହାର ପ୍ରଦର୍ଶନ କରିଥିଲେ। ସାଧାରଣ ଲୋକେ ଏହାର କଡା ବିରୋଧ କରିଥିଲେ। ଖବରପାଇ ଚିତ୍ରକୋଣ୍ଡା ଥାନା ଅଧିକାରୀ ରାମ ପ୍ରସାଦ ନାଗ, ପାପରମେଟଲା ଥାନା ଅଧିକାରୀ ମାଧବ ବେହେରା, ଚିତ୍ରକୋଣ୍ଡା ତହସିଲଦାର ଟି.ପଦ୍ମନାଭ ଦୋରା, ବିଡ଼ିଓ ଲରିମନ ଖରସେଲ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ବିଏସଏଫ ଯବାନମାନେ ଆସି ସେଠାରେ ନିଜ ଭୁଲ ମାନିବାରୁ ପରିସ୍ଥିତି ଶାନ୍ତ ପଡିଥିଲା। ଚିତ୍ରକୋଣ୍ଡାରେ ବିଏସଏନଏଲ ସେବା ନେଇ ଉପୁଜୁଥିବା ସମସ୍ୟା ସମ୍ପର୍କରେ ଥାନା ଅଧିକାରୀ ନାଗ ଏହାର କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ। ଖବର ପାଇବା ପରେ ବିଏସଏନଏଲର କୋରାପୁଟ ମଣ୍ଡଳ କର୍ତ୍ତୃପକ୍ଷ ଚିତ୍ରକୋଣ୍ଡାରେ ପହଞ୍ଚତ୍ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଏହି ବନ୍ଦକୁ ସମାଜସେବୀ ଦେବେନ୍ଦ୍ର ଦାସ, ୟୁଥ କ୍ଲବ ସଭାପତି ଅମିତ ଅଗ୍ରୱାଲ, ସମ୍ପାଦକ ରବି ପାଢୀ, ସ୍ପୋଟର୍‌ସ କ୍ଲବ ସମ୍ପାଦକ ରାଜକମଲ ପୁରୋହିତ, ସତ୍ୟ ନାରାୟଣ ମିଶ୍ର ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଚୋରା ମଦ ଭାଟି ଉପରେ ଅଚାନକ ଚଢ଼ାଉ କଲା ଅବକାରୀ ବିଭାଗ: ମିଳିଲା ଏତେ ଟଙ୍କାର…

ଗୁଣପୁର, ୨।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ମାରିଗୁଡ଼ା ଗ୍ରାମରେ ଚାଲିଥିବା ଚୋରା ରନ୍ଧା ମଦ କାରବାର ଉପରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇ ୮…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri