ବିଏସ୍‌ -୬ ଚାରିଚକିଆ ଯାନ ପାଇଁ ନୂଆ ନିୟମ

ନୂଆଦିଲ୍ଲୀ,୮।୬: କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ବିଏସ୍‌-୬ ଯାନ ଲାଗି ନୂଆ ନିୟମ ଘୋଷଣା କରାଯାଇଛି। ଏହି ଯାନଗୁଡିକୁ ସହଜରେ ଚିହ୍ନିବା ଲାଗି ନୂଆ ବ୍ୟବସ୍ଥା ହୋଇଛି। ଏହି ନୂଆ ନିୟମ ୨୦୨୦ ଅକ୍ଟୋବର ପରଠାରୁ ଲାଗୁ ହେବ। ବିଏସ୍‌-୬ ଯାନଗୁଡିକର ନମ୍ବର ପ୍ଲେଟରେ ସବୁଜ ପଟି ଲାଗିବ। ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଜାରି କରାଯାଇଥିବା ରିପୋର୍ଟ ମୁତାବକ ବିଏସ୍‌-୬ ଚାରିଚକିଆ ଯାନର ପଞ୍ଜୀକରଣ ଦସ୍ତାବିଜ କିମ୍ବା ନମ୍ବରପ୍ଲେଟ ଊପରେ ସବୁଜ ପ୍ୟାଚ୍‌ ଲଗାଯିବ। ଏହା ଦ୍ୱାରା ବାହାନଗୁଡିକୁ ସହଜରେ ଚିହ୍ନିବା ସହଜ ହେବ। ନୂଆ ନିୟମ ପେଟ୍ରୋଲ, ଡିଜେଲ ଏବଂ ସିଏନ୍‌ଜି ୪ ଚକିଆ ଯାନ ଉପରେ ଲାଗୁ କରାଯିବ। ଏପ୍ରିଲ ପହିଲାରୁ ସାରା ଦେଶରେ ବିଏସ୍‌-୬ ଆଇନ ଲାଗୁ କରାଯାଇଛି। ବିଏସ୍‌-୬ ଯାନଗୁଡିକୁ ଚିହ୍ନିବା ଲାଗି ବିଦେଶରେ ମଧ୍ୟ ବିଭିନ୍ନ ସୁବିଧା କରାଯାଇଛି। ଏହାକୁ ଧ୍ୟାନରେ ରଖି ଭାରତରେ ମଧ୍ୟ ନୂଆ ନିୟମ ଲାଗୁ କରାଯାଇଛି। ନମ୍ବର ପ୍ଲେଟ ଉପରେ ଲାଗିଥିବା ଥିବା ଏହି ପଟି ୧ ସେମି ଚଉଡା ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?