ବିଏସ୍‌ଏନ୍‌ଏଲ-ଏମ୍‌ଟିଏନ୍‌ଏଲ୍‌ର ପୁନରୁଜ୍ଜୀବନ ଯୋଜନାକୁ ପିଏମ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର କ୍ଷତିରେ ଚାଲୁଥିବା ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)କୁ ମିଶାଇବେ ନାହିଁ। ଏହି ଦୁଇ ଟେଲିକମ କମ୍ପାନୀଙ୍କ ପୁନରୁଜ୍ଜୀବନ ଯୋଜନାକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଅନୁମୋଦନ କରିଛନ୍ତି। ଯୋଜନା ଅନୁଯାୟୀ ଉଭୟ କମ୍ପାନୀଙ୍କୁ ସାରା ଦେଶରେ ୪ଜି ସେବା ଆରମ୍ଭ କରିବା ଲାଗି ଲାଇସେନ୍ସ ପ୍ରଦାନ କରାଯିବ। ଏହାଦ୍ୱାରା ସେମାନଙ୍କର ଖରାପ ଆର୍ଥିକ ସ୍ଥିତି ସୁଧୁରିଯିବ। ସେହିପରି ଦୁଇ କମ୍ପାନୀ ଭିଆର୍‌ଏସ ଯୋଜନାକୁ ଲାଗୁ କରିବେ। ଏଥିଲାଗି ପ୍ଲାନ୍‌ ପ୍ରସ୍ତୁତ ହେବ। ସେହିପରି କର୍ମଚାରୀଙ୍କ ଅବସର ବୟସ ସୀମାକୁ ୫୮ ବର୍ଷକୁ ହ୍ରାସ କରାଯିବ। ଏହାଦ୍ୱାରା ବହୁ ସଂଖ୍ୟାରେ କର୍ମଚାରୀ ହ୍ରାସ ପାଇବେ। ଏହାଛଡ଼ା ମିଶ୍ରଣ, ଋଣ ଓ ସମ୍ପତ୍ତି ବିକ୍ରି ପ୍ରସ୍ତାବକୁ ପିଏମ୍‌ଓ ଟାଳି ଦେଇଛନ୍ତି। ତେବେ ସମ୍ପତ୍ତି ବିକ୍ରି କରିବା ଅଥବା ଭଡ଼ାରେ ଦେବା ନେଇ ନିଷ୍ପତ୍ତି ନେବା ଲାଗି ଏକ ଯୁଗ୍ମ କମିଟି ଗଠନ କରିବାକୁ ଅନୁମୋଦନ କରାଯାଇଛି। ଏହି କମିଟିରେ ଟେଲିକମ ବିଭାଗ, ବିଏସ୍‌ଏନ୍‌ଏଲ୍‌, ପୁଞ୍ଜି ପ୍ରତ୍ୟାହାର ବିଭାଗର ବରିଷ୍ଠ ଅଧିକାରୀମାନେ ସାମିଲ ରହିବେ। ଏବେ ଏହି ସମସ୍ତ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ଲାଗି ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri