ବିଏସ୍‌ଏନ୍‌ଏଲ୍‌ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ

ଭଞ୍ଜନଗର,୧୬।୭(ଡି.ଏନ.ଏ)-କର୍ମଚାରୀଙ୍କ ୬ମାସର ବକେୟା ଦରମା ପ୍ରଦାନ, ଚାକିରି ନିୟମିତ କରିବା ଆଦି ଦାବିନେଇ ରାଜ୍ୟବ୍ୟାପୀ ବିଏସ୍‌ଏନ୍‌ଏଲ୍‌ ଅସ୍ଥାୟୀ କର୍ମଚାରୀମାନେ ସୋମବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲେ। ସେବା ପ୍ରଭାବିତ ହେବା ଆଶଙ୍କାରେ ବିଏସଏନଏଲର ଉଚ୍ଚ କର୍ତ୍ତୃପକ୍ଷ, କର୍ମଚାରୀ ସଂଘର ରାଜ୍ୟ କର୍ମକର୍ତ୍ତା ଏବଂ ଶ୍ରମ ବିଭାଗର ଅଧିକାରୀଙ୍କୁ ଡ଼ାକି ସମସ୍ୟାର ସମାଧାନ କରିଛନ୍ତି। ୧୫ ଦିନ ମଧ୍ୟରେ ବକେୟା ଦରମା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନକୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ବକେୟା ନ ମିଳିଲେ ପୁଣି ଆନ୍ଦୋଳନ ହେବ ବୋଲି କର୍ମଚାରୀ ସଂଘ ଭଞ୍ଜନଗର ଶାଖା ପକ୍ଷରୁ କୁହାଯାଇଛି । ଭଞ୍ଜନଗର ଶାଖା ପକ୍ଷରୁ କାର୍ଯ୍ୟାଳୟ ସମ୍ମୁଖରେ ସଭାପତି ପ୍ରେମାନନ୍ଦ ରାଉତଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ସଭା ହୋଇଥିଲା। ଭଞ୍ଜନଗର ଶ୍ରମିକ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ହରିକୃଷ୍ଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ପାଦକ ଦିଲୀପ କୁମାର ଜେନା, ଜିଲା ସହ ସମ୍ପାଦକ ମୋହନ ଗୌଡ଼ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଭଗବାନ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ବିଏସ୍‌ଏନଏଲର ଅସ୍ଥାୟୀ କର୍ମଚାରୀଙ୍କ ମଧ୍ୟରୁ ୩୦ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ ଯୋଜନା କରିଥିଲେ । ଏହାକୁ ବିରୋଧ କରାଯିବାରୁ ଗ୍ରାମାଞ୍ଚଳ ଅସ୍ଥାୟୀ କର୍ମଚାରୀଙ୍କୁ ୧୬ଦିନ ଏବଂ ସହରାଞ୍ଚଳ କର୍ମଚାରୀଙ୍କୁ ୨୧ ଦିନ ଜୁଲାଇ ମାସଠାରୁ କାମ ଦେବାପାଇଁ ନିର୍ଦ୍ଦେଶ ଦେଇଥିଲେ। କର୍ମଚାରୀଙ୍କୁ ବକେୟା ଦରମା ଦିଆ ନ ଯାଇ ଏପରି ନିର୍ଦ୍ଦେଶନାମାକୁ ନେଇ ଅସନ୍ତୋଷ ଦେଖାଦେଇଛି । ଏନେଇ ଶ୍ରମ ବିଭାଗରେ ଅଭିଯୋଗ କରାଯାଇଥିଲା। ଶ୍ରମ ବିଭାଗ ପକ୍ଷରୁ ବିଏସ୍‌ଏନଏଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ କୌଣସି ଚୂଡାନ୍ତ ନିଷ୍ପତି ହୋଇପାରିନାହିଁ । ଶ୍ରମିକ କର୍ମଚାରୀ ସଂଘର ନେତା ହରିକୃଷ୍ଣ ସାହୁ କହିଛନ୍ତି, କେନ୍ଦ୍ର ସରକାର ଘରୋଇ କମ୍ପାନୀର ସ୍ବାର୍ଥ ପାଇଁ ସରକାରୀ ଉଦ୍ୟୋଗ ଗୁଡ଼ିକୁ ଜାଣିଶୁଣି ଦେବାଳିଆ କରୁଛନ୍ତି। ସରକାରଙ୍କ ଏହି ଯୋଜନା ସଫଳ ହେବାକୁ ଦିଆଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri