ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ କର୍ମଚାରୀଙ୍କ ଧର୍ମଘଟ ଚେତାବନୀ

ନୂଆଦିଲ୍ଲୀ,୧୧-୧୦: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ(ଏମ୍‌ଟିଏନ୍‌ଏଲ୍‌)ର କର୍ମଚାରୀ ସଂଘ ପକ୍ଷରୁ ଦିପାବଳୀ ପରେ ଦେଶବ୍ୟାପି ଧର୍ମଘଟ ନେଇ ଚେତାବନୀ ଦିଆଯାଇଛି। କର୍ମଚାରୀଙ୍କୁ ଅଗଷ୍ଟ ଏବଂ ସେପ୍ଟେମ୍ବର ମାସ ଦରମା ମିଳି ନ ଥିବାରୁ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ବେତନ ଶୀଘ୍ର ନ ମିଳିଲେ କର୍ମଚାରୀମାନେ ଧର୍ମଘଟକୁ ଓହ୍ଲାଇବେ ବୋଲି ସଂଘ ପକ୍ଷରୁ ଗଣମାଧ୍ୟମକୁ ସୂଚନା ରହିଛି। ଦାବି ଉପରେ ଶୀଘ୍ର ବିଚାର କରାନ ଗଲେ ସଂଘ ହାତବାନ୍ଧି ବସିବ ନାହିଁ। ପ୍ରଧାମମନ୍ତ୍ରୀଙ୍କ କାର୍ଯ୍ୟାଳୟ ସାମ୍ନାରେ ମଧ୍ୟ ଧର୍ମଘଟ କରାଯିବ ବୋଲି ଏମ୍‌ଟିଏନ୍‌ଏଲ୍‌ ଫୋରମ ଆଣ୍ଡ ଆସୋସିଏଶନ ଆବାହକ ଧରମ ରାଜ ସିଂ କହିଛନ୍ତି। କମ୍ପାନୀର ପୁନରୁଦ୍ଧାର ନେଇ ସରକାର ରଖିଥିବା ଯୋଜନା ସମ୍ପର୍କରେ ସଂଘ ବୁଝିବାକୁ ଚାହୁଁଛି ବୋଲି ବିଏସ୍‌ଏନ୍‌ଏଲ୍‌ ସଂଘର ନେତା କେ. ସେବାଷ୍ଟିଆନ କହିଛନ୍ତି। ଧର୍ମଘଟରେ ସଂଘ ସାମିଲ ହେବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ବିଏସ୍‌ଏନ୍‌ଏଲ୍‌ର ପୁନରୁଦ୍ଧାର ନେଇ ଟେଲିକମ୍‌ ମନ୍ତ୍ରଣାଳୟ ଏକ ଯୋଜନା ରଖିଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଆଲୋଚନା କରାଯାଇଛି। ଏକ ରିପୋର୍ଟ ମୁତାବକ ମୁମ୍ବାଇ ଏବଂ ନୂଆଦିଲ୍ଲୀରେ କର୍ମଚାରୀ ମାନେ ଚଳିତ ମାସ ୧୬ ମଧ୍ୟାହ୍ନରେ ହରତାଳ କରିବେ। ପେମେଣ୍ଟ ପ୍ରସଙ୍ଗ ବାଦ ଅବସର ବୟସ ୬୦ ବର୍ଷକୁ ବୃଦ୍ଧି ଏବଂ ୨ ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ମିଶ୍ରଣକୁ ବିରୋଧ କରୁଛନ୍ତି।
ବିଏସ୍‌ଏନ୍‌ଏଲ୍‌ ବନ୍ଦ ହେବା ଖବର ଖୁଜବ
ବିଏସ୍‌ଏନ୍‌ଏଲ୍‌ ବନ୍ଦ ହେବା ନେଇ ଏକ ଖବର ପ୍ରେସ ମିଡିଆ ଏବଂ ସୋସିଆଲ ମିଡିଆରେ ପ୍ରକାଶ ପାଇଛି। ଏହାକୁ ନେଇ ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ଶାଖା ମୁଖ୍ୟ ମହାପ୍ରବନ୍ଧକ ଉଦୟ ଶଙ୍କର ପଣ୍ଡା ପ୍ରତିକ୍ରିୟା ରଖିଛନ୍ତି। ଏହି ଖବର ସମ୍ପୂର୍ଣ୍ଣ ମିଥ୍ୟା ଏବଂ ନିରାଧାର ବୋଲି ସେ କହିଛନ୍ତି। ସରକାର ଏଭଳି କିଛି ଆଭିମୂଖ୍ୟ କିମ୍ବା ପ୍ରସ୍ତାବ ରଖି ନାହାନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି। କେତେକ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତି ବିଏସ୍‌ଏନ୍‌ଏଲ୍‌ ବିରୋଧରେ ଅପପ୍ରଚାର କରି କମ୍ପାନୀର ଗ୍ରାହକଙ୍କୁ ହାତେଇବାକୁ ଷଡଯନ୍ତ୍ର କରିଥିବା ସେ ପ୍ରକାଶ କରିଛନ୍ତି। ଏଭଳି ପ୍ରସଙ୍ଗ ପ୍ରତି ଧ୍ୟାନ ନ ଦେବାକୁ କମ୍ପାନୀ ପକ୍ଷରୁ କୁହାଯାଇଛି। କମ୍ପାନୀ ଏହାର ଗ୍ରାହକଙ୍କୁ ସୁଲଭ ଦରରେ ସେବା ଯୋଗାଣ ନେଇ ପ୍ରତିଶ୍ରୁତିବଦ୍ଧ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri