ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ କଟକ, ଯାଜପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରେ ବିଏସ୍‌ଏନ୍‌ଏଲ୍‌ ସେବା ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ଏ ନେଇ ବିଏସ୍‌ଏନ୍‌ଏଲ୍‌ ସାଧାରଣ ପରିଚାଳକ ହରିଶ ଚନ୍ଦ୍ର ମହାନ୍ତି କହିଛନ୍ତି, ଶର୍ଟସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଯୋଗୁ ଲ୍ୟାଣ୍ଡ ଲାଇନ୍‌, ଏଫ୍‌ଟିଏଚ୍‌, ବ୍ରଡବ୍ୟାଣ୍ଡ ଓ ମୋବାଇଲ ସେବା ବନ୍ଦ କରାଯାଇଛି। ସମସ୍ତ କେବୁଲ ପୋଡି ଯାଇଥିବାରୁ ଲ୍ୟାଣ୍ଡଲାଇନ୍‌ ଉପଭୋକ୍ତା ୧୫ଦିନରୁ ଅଧିକ ସେବା ପାଇବାରୁ ବଞ୍ଚିତ ହେବେ। ୨ରୁ ୩ ଦିନ ଭିତରେ ମୋବାଇଲ ଓ ବ୍ରଡବ୍ୟାଣ୍ଡ ସେବା ଯୋଗାଇଦେବାକୁ ଆମେ ଯଥାସାଧ୍ୟ ଚେଷ୍ଟା କରୁଛୁ।
ମିଳିଥିବା ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ସାଢେ ୧୨ଟାରେ ବିଏସ୍‌ଏନ୍‌ଏଲ୍‌ କାର୍ଯ୍ୟାଳୟ କୋଠାର ତୃତୀୟ ମହଲାରେ ଥିବା ସିଭି ପ୍ରକୋଷ୍ଠରେ ନିଅଁା ଲାଗିଯାଇଥିଲା। ପ୍ରକୋଷ୍ଠରୁ ଧୂଅଁା ବାହାରୁଥିବା ଦେଖି କେତେଜଣ କର୍ମଚାରୀ ସେଠାକୁ ଆସିଥିଲେ। ନିଅଁାକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ। କେବୁଲରେ ନିଅଁା ସଂଯୋଗ ହୋଇଯିବା ଫଳରେ ଏହା ଖୁବ୍‌ଶୀଘ୍ର ବ୍ୟାପି ଯାଇଥିଲା। ଖବରପାଇ ଅଗ୍ନିଶମ ବିଭାଗର ୭ଟି ଟିମ୍‌ ପହଞ୍ଚିଥିଲେ। ପ୍ରାୟ ୪ ଘଣ୍ଟା ଧରି ପରିଶ୍ରମ କରିବା ପରେ ନିଅଁାକୁ ଆୟତ୍ତ କରିଥିଲେ। ଷ୍ଟ୍ରାଇକିଂ ଫୋର୍ସ ଓ ଅଗ୍ନିଶମ କର୍ମଚାରୀଙ୍କୁ ମିଶାଇ ପ୍ରାୟ ୫୦ଜଣ ନିଅଁା ଲିଭାଇବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ଅନ୍ୟପକ୍ଷରେ ଖବର ସଂଗ୍ରହ କରୁଥିବାବେଳେ ୩ଜଣ ଖବରଦାତା ଆହତ ହୋଇଛନ୍ତି। ନିଅଁା ଲାଗିଥିବା ପ୍ରକୋଷ୍ଠର ଝରକା କାଚ ଖବରଦାତାଙ୍କ ଉପରେ ଖସି ପଡ଼ିଥିଲା। ପ୍ରାଥମିକ ଚିକିତ୍ସା ପାଇଁ ସେମାନଙ୍କୁ ଏସ୍‌ସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri