ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଭଦ୍ରକ ଅଫିସ, ୩।୧୦- ବିଏସ୍‌ଏନ୍‌ଏଲ୍‌ ଭଦ୍ରକ ଶାଖା ଅଧୀନରେ କାର୍ଯ୍ୟରତ ପ୍ରାୟ ୫୦ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆରମ୍ଭ କରିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ସେମାନେ ବନ୍ତ ଛକ ନିକଟସ୍ଥ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସେମାନଙ୍କୁ ୯ ମାସର ବକେୟା ଦରମା ଠିକାଦାର ପ୍ରଦାନ କରି ନ ଥିବା ଓ ମାସରେ ୨୬ ଦିନ ବଦଳରେ ୧୬ ଦିନ କାମ କରିବାକୁ ନିର୍ଦ୍ଦେଶ ଦେଇଥିବାରୁ କର୍ମଚାରୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ମାସରେ ୧୬ ଦିନ କାର୍ଯ୍ୟ କରି ଅନ୍ୟ ଦିନଗୁଡ଼ିକରେ ସେମାନେ କାମ ନ ପାଇ ପାରିଶ୍ରମିକ ପାଇବେ ନାହିଁ ବୋଲି ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ସେମାନେ ଆନ୍ଦୋଳନ କରିଥିବା ପ୍ରକାଶ କରିଛନ୍ତି। କର୍ମଚାରୀ ଜୟନ୍ତ କୁମାର ସେଠୀ, ଶରତ କୁମାର ନାୟକ, ଅକ୍ଷୟ ନାୟକ, ପ୍ରଦୀପ ବାରିକ, ନିର୍ମଳ ପାଢୀ, ସୁଶାନ୍ତ ମିଶ୍ର, ରମାକାନ୍ତ ରାଉତ, ମହେନ୍ଦ୍ର ସୂତାର, ଅଭିମନ୍ୟୁ ବେହେରା ପ୍ରମୁଖ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ସୂଚନା ଥାଉକ, ଭଦ୍ରକ ଜିଲାରେ ପ୍ରାୟ ୪ ହଜାର ଟେଲିଫୋନ ଗ୍ରାହକ ଥିବାବେଳେ ଏହି କର୍ମଚାରୀଙ୍କ ଆନ୍ଦୋଳନ କାରଣରୁ ଖରାପ ଥିବା ଟେଲିଫୋନ ଓ ବ୍ରଡବ୍ୟାଣ୍ଡ ହିତାଧିକାରୀ ନାନା ସମସ୍ୟା ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri