ବିଏସ୍‌ଏଫ୍‌ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ : ପାପରମେଟଲା ଥାନା ଘେରିଲେ ଆଦିବାସୀ

ଚିତ୍ରକୋଣ୍ଡା,୧୫।୯(ଡି.ଏନ୍‌.ଏ.) : ବିଏସ୍‌ଏଫ୍‌ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ନେଇ ଶତାଧିକ ଆଦିବାସୀ ପାପରମେଟଲା ଥାନା ତଥା ବିଏସ୍‌ଏଫ୍‌ କ୍ୟାମ୍ପ ଘେରାଉ କରିଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ମିଳିଛି ଏକ ମୃତଦେହ। ମୃତଦେହରେ କ୍ଷତଚିହ୍ନ ଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଉଛନ୍ତି ଧୂଳିପୁଟ ପଞ୍ଚାୟତ ରାଙ୍ଗନିଗୁଡ଼ା ଗ୍ରାମର ରାଜୁ ହାନ୍ତାଳ। ଶନିବାରଠାରୁ ସେ ନିଖୋଜ ଥିଲେ। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଶୁକ୍ରବାର ଯନ୍ତାପାଇ ଠାରେ ସାପ୍ତାହିକୀ ହାଟକୁ ତାଙ୍କ ଦୁଇ ଝିଅଙ୍କ ସହିତ ଔଷଧ ଓ ସଉଦା କିଣିବାକୁ ଆସିଥିଲେ। ସେହି ହାଟରୁ ବିଏସ୍‌ଏଫ୍‌ କର୍ମଚାରୀ ରାଜୁଙ୍କୁ ଡାକି ନେଇଥିଲେ। ତା’ ପରଠାରୁ ରାଜୁ ଘରକୁ ଫେରି ନ ଥିଲେ। ପରେ ଯନ୍ତାପାଇ ଅଙ୍ଗନବାଡ଼ି ରୋଷେଇ ଘରେ ରାଜୁଙ୍କ ମୃତଦେହ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ପରିବାର ଲୋକେ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ରାଜୁଙ୍କ ମୃତ୍ୟୁକୁ ନେଇ ଜନସାଧାରଣଙ୍କ ମନରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କିଛି ସମୟ ମଧ୍ୟରେ ଘଟଣାସ୍ଥଳରେ ସାଧା ପୋଷାକରେ ଥିବା ବିଏସ୍‌ଏଫ୍‌ କର୍ମଚାରୀ ପହଞ୍ଚିଥିଲେ। ଏହି ଘଟଣାକୁ ନେଇ ବିଏସ୍‌ଏଫ୍‌ ଓ ଲୋକଙ୍କ ମଧ୍ୟରେ ବଚସା ହୋଇଥିଲା। ପୋଲିସ ସେଠାରେ ବୁଝାସୁଝା କରିଥିଲା। ଅନ୍ୟପକ୍ଷରେ ଏ ସମ୍ପର୍କରେ କୌଣସି ବିଏସ୍‌ଏଫ୍‌ କର୍ମଚାରୀଙ୍କ ପ୍ରତିକ୍ରିୟା ମିଳିନାହିଁ। ମୃତଦେହ ବ୍ୟବଚ୍ଛେଦ ପରେ ତଦନ୍ତ କରାଯାଇ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ପୋଲିସ ପହଞ୍ଚାଇଥିବା ବେଳେ ଧୂଳିପୁଟ, ରାଲେଗଡା ଓ ଯନ୍ତାପାଇ ଅଞ୍ଚଳର ଶତାଧିକ ଆଦିବାସୀ ପାପରମେଟେଲା ଥାନା ଓ ବିଏସ୍‌ଏଫ୍‌ କ୍ୟାମ୍ପ ଘେରାଉ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri