Posted inଜାତୀୟ

ବିଏସ୍‌ଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ୨ ଯବାନ ଶହୀଦ

ଶ୍ରୀନଗର, ୨୦।୫: ଜମ୍ମୁ-କଶ୍ମୀର ଶ୍ରୀନଗରରେ ବିଏସ୍‌ଏଫ୍‌ ଯବାନଙ୍କ ଉପରେ ବୁଧବାର ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୨ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶ୍ରୀନଗରର ପଣ୍ଡାଛ ନିକଟରେ ଥିବା ଚେକପୋଷ୍ଟରେ ବିଏସ୍‌ଏଫ୍‌ର ୩୭ ବାଟାଲିୟନ ଯବାନ ମୁତୟନ ଥିଲେ। ୨ଜଣ ଯବାନ ଦୋକାନକୁ କିଣିବାକୁ ଯାଇଥିବା ବେଳେ ସେହି ସମୟରେ ୨ଜଣ ଆତଙ୍କବାଦୀ ଏକ ବାଇକ୍‌ରେ ଆସି ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ଏହାପରେ ଯବାନଙ୍କ ଅସ୍ତ୍ରଶସ୍ତ୍ର ଲୁଟ୍‌ କରି ସେଠାରୁ ଫେରାର ହୋଇଯାଇଥିଲେ। ଘଟଣାସ୍ଥଳରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଯବାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି ବୋଲି ଜମ୍ମୁ-କଶ୍ମୀର ପୋଲିସ ଆଇଜି ବିଜୟ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri