ବିଏସ୍‌କଓ୍ବୋଇ ସହ ଆୟୁଷ୍ମାନର ମିଶ୍ରଣ ନିଷ୍ପତ୍ତି ବିଚାରାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ସହ ଆୟୁଷ୍ମାନ ଯୋଜନାର ମିଶ୍ରଣ ପ୍ରସଙ୍ଗ ଏବେ ବି ବିଚାରାଧୀନ ରହିଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୋମବାର ବିଧାନସଭାରେ ଅଣତାରକା ପ୍ରଶ୍ନ ନଂ-୯୭୫ର ଉତ୍ତର ଦେଇ ଏହା କହିଛନ୍ତି। ବିଏସ୍‌କେୱାଇର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ସମସ୍ତ ଜନସାଧାରଣ ସବୁ ସରକାରୀ ଚିକିତ୍ସାଳୟରେ ଦେୟମୁକ୍ତ ସେବା ପାଇପାରିବେ। ଏହି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୦ ଲକ୍ଷରୁ ଅଧିକ ଆର୍ଥିକ ଦୃଷ୍ଟିରୁ ଅନଗ୍ରସର ପରିବାର ସରକାରୀ ଦେୟମୁକ୍ତ ସେବା ବ୍ୟତୀତ ପରିବାର ପିଛା ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦିଆଯାଉଛି। ମହିଳାଙ୍କ କ୍ଷେତ୍ରରେ ଅତିରିକ୍ତ ୫ ଲକ୍ଷ ଟଙ୍କା ସହ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସେବା ବେସରକାରୀ ଚିକିତ୍ସାଳୟରେ ପ୍ରଦାନ କରାଯାଇପାରିବ ବୋଲି ମନ୍ତ୍ରୀ ଉତ୍ତର ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri