ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ପ୍ରାରମ୍ଭରେ ମଙ୍ଗଳବାର ରାଜ୍ୟପାଳ ଗଣେଶୀ ଲାଲଙ୍କ ଅଭିଭାଷଣରୁ ଏହା ଜଣାପଡିଛି। ବିଏସ୍କେୱାଇ ଆରମ୍ଭ ବେଳେ ମହିଳାଙ୍କ ପାଇଁ ୫ ଲକ୍ଷ ଟଙ୍କାର ବାର୍ଷିକ ସହାୟତା ରଖାଯାଇଥିଲା। ହେଲେ ମାଲକାନଗିରିର ଜନୈକ ମହିଳା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ମହିଳାଙ୍କ ସ୍ବାସ୍ଥ୍ୟ ସହାୟତା ରାଶି ବୃଦ୍ଧି କରିବା ପାଇଁ ଅନୁରୋଧ କରିଥିଲେ। ଏହି ଅନୁରୋଧ ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରାଇଥିଲେ।
ସୂଚନାଯୋଗ୍ୟ, ବିଏସ୍କେୱାଇରେ ଅନ୍ୟମାନଙ୍କୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦିଆଯିବାର ନିୟମ ରହିଛି। ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ। ରାଜ୍ୟ ସରକାରଙ୍କ ଏହା ଏକ ନିଜସ୍ବ ଯୋଜନା। ଅନୁରୂପଭାବେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ରହିଛି। ହେଲେ ଏହି ଯୋଜନା ଓଡ଼ିଶାରେ ଏଯାବତ୍ ଲାଗୁ ହୋଇନାହିଁ। ନିକଟରେ କେନ୍ଦ୍ର -ରାଜ୍ୟର ପ୍ରଶାସନିକ ଅଧିକାରୀ ଉଭୟ ଯୋଜନା ସମ୍ମିଶ୍ରଣ ନେଇ ପ୍ରାଥମିକ ଆଲୋଚନା କରିଛନ୍ତି।
ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା
ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ
ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…
ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…
ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…
ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ
ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…
ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ
ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…
ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…
ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…
Archives

