ବିକାଶ କାର୍ଯ୍ୟରେ କରୋନା ବାଧକ

ପୁରୀ ଅଫିସ, ୭ା୫: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ସୁବିଧା। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ, ହ୍ରଦ, ମାର୍କେଟ କମ୍ପ୍ଲେକ୍ସ, ପାର୍କିଂ ଆଦି କରାଯିବ। ତେବେ ଏଥିରେ ବାଧକ ସାଜିଛି ମହାମାରୀ କରୋନା। ମାର୍ଚ୍ଚ ୧୫ ତାରିଖରୁ ପୁରୀର ବିକାଶମୂଳକ କାର୍ଯ୍ୟ ଅଟକି ଯାଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ହେଉ କି ସ୍ବର୍ଗଦ୍ୱାର ଆଧୁନିକୀକରଣ ଅବା ପୁରୀ ପାଇଁ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିବା ୭ ମେଗା ପ୍ରକଳ୍ପ କାର୍ଯ୍ୟ ସବୁଥିରେ ତାଲା ପକାଇଦେଇଛି କରୋନା।
ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ଲାଗି ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଉଚ୍ଛେଦ ଏବଂ ସ୍ବର୍ଗଦ୍ୱାରର ନବୀକରଣ ପାଇଁ କାମ ଆରମ୍ଭ ହୋଇଥିଲା। ହେଲେ ଏହିସବୁ କାର୍ଯ୍ୟ ଏବେ ବନ୍ଦ ରହିଛି। ଗତ ଜାନୁୟାରୀ ୧୬ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଆସି ୭ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଅନ୍ୟପକ୍ଷରେ ପୁରୀର ବିକାଶ ପାଇଁ ଅବଢା ଯୋଜନାରେ ୩,୨୦୮ କୋଟି ଟଙ୍କାର ଅନୁଦାନକୁ କ୍ୟାବିନେଟ ମଞ୍ଜୁର କରିଥିଲା। ୩ବର୍ଷ ମଧ୍ୟରେ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରହିଥିଲା। ୨୦୧୯-୨୦ ଆର୍ଥିକ ବର୍ଷରେ ୭୧୯ କୋଟି, ୨୦୨୦-୨୧ରେ ୧୪୦୨ କୋଟି ଏବଂ ୨୦୨୧-୨୨ ଆର୍ଥିକ ବର୍ଷରେ ୧୦୮୭ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର ହୋଇଥିଲା। ପୁରୀର ବିକାଶ ପାଇଁ କେତେକ ପ୍ରକଳ୍ପର ଜମି ଗ୍ରହଣ ଚାଲିଥିଲାବେଳେ ତାହା ଏବେ ବନ୍ଦ ରହିଛି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଶ୍ରୀସେତୁ ହେଉଛି ଅନ୍ୟତମ। ପୁରୀ -ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ବାଇପାସ୍‌ଠାରୁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ହେବାକୁ ଥିବା ପିଲିଗ୍ରିମ ସେଣ୍ଟରକୁ ଶ୍ରୀସେତୁ ଦ୍ୱାରା ସଂଯୋଗ କରାଯିବ। ଅବଢା ଯୋଜନାରେ ନିର୍ମାଣ ହେବାକୁ ଥିବା ରାଜ୍ୟର ଏହି ପ୍ରଥମ ଟ୍ରମ୍ପେଟ ସେତୁ ପାଇଁ ୧୮୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ରାସ୍ତା ଓ ବ୍ରିଜ୍‌ର ଲମ୍ବ ପ୍ରାୟ ୨.୩ କିମି ହେବ। ସେହିପରି ବାହାରୁ ଆସୁଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ୬ ମହଲା ବିଶିଷ୍ଟ ପିଲିଗ୍ରିମ୍‌ ସେଣ୍ଟର ବା ତୀର୍ଥଯାତ୍ରୀ କେନ୍ଦ୍ର ତିଆରି କରାଯିବ। ଏଠାରେ ବହୁମୁଖୀ ପାର୍କିଂ, ଧ୍ୟାନକେନ୍ଦ୍ର, ମଲ୍ଟି ମୋଡାଲ ହବ୍‌, ଜନ ସୁବିଧା କେନ୍ଦ୍ର ନିର୍ମାଣ ହେବ। ଅବଢା ଯୋଜନାରେ ଏଥିପାଇଁ ପ୍ରାୟ ୧୯୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମେଡିକାଲ ଛକସ୍ଥିତ ପୁରୁଣା ଜେଲ୍‌ରୋଡ ପରିସରରେ ୪ମହଲା ବିଶିଷ୍ଟ ବହୁତଳ କାର୍‌ ପାର୍କିଂ ତିଆରି କରାଯିବ। ଏଥିସହ ୩୫୦ ଭେଣ୍ଡିଂ ଆଉଟ୍‌ଲେଟ ରହିବ। ଏ ବାବଦରେ ୯୦ କୋଟି ୨୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ମ୍ୟୁନିସିପାଲିଟି ମାର୍କେଟ କମ୍ପ୍ଲେକ୍ସରେ ବେସ୍‌ମେଣ୍ଟ ଏବଂ ଗ୍ରାଉଣ୍ଡ ଫ୍ଲୋର ମିଶାଇ ୫ ମହଲା ବିଶିଷ୍ଟ କୋଠା ତିଆରି ହେବ। ଏଠାରେ ୫୦୦ ଦୋକାନ ଘର ଓ ୧୦୦ କାର ପାର୍କିଂ ସୁବିଧା, ୩୦୦ କିଲୋୱାଟ୍‌ର ରୁଫ୍‌ଟଫ୍‌ ସୋଲାର ସିଷ୍ଟମ ରହିବ। ଏଥିପାଇଁ ୪୪କୋଟି ୮୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ।
କିନ୍ତୁ କରୋନା ପାଇଁ ଏହିସବୁ ପ୍ରକଳ୍ପ କାମ ଆରମ୍ଭ ହୋଇନାହିଁ। ସେହିପରି ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ମଧ୍ୟ ଅଟକି ରହିଛି। ସ୍ବର୍ଗଦ୍ୱାର ଆଧୁନିକୀକରଣ ପାଇଁ ମାପଚୁପ ଓ ଭୂମିପୂଜା ସରିଥିଲା। କାମ ଆରମ୍ଭ ପରେ ପରେ ଏହା ଏବେ ବନ୍ଦ ରହିଛି। ଏସବୁ ସମ୍ପର୍କରେ ଉପଜିଲାପାଳ ଭବତାରଣ ସାହୁଙ୍କୁ ପଚାରିବାରେ କହିଛନ୍ତି, କରୋନା କଟକଣା ପାଇଁ ପୁରୀର ଅନେକ ବିକାଶମୂଳକ କାମ ଅଟକିଛି। କଟକଣା ହଟିବା ପରେ ସ୍ଥିତି ସ୍ବାଭାବିକ ହେଲେ ପୁଣି କାମ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri