ବିକାଶ, ସୁଶାସନକୁ ମିଳିଲା ଜନାଦେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ପଞ୍ଜାବ ସମେତ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରେ ବିପୁଳ ଭୋଟରେ ଭାଜପା ବାଜି ମାରିଥିବା ବେଳେ ଦ୍ୱିତୀୟ ଥର ପୁଣି ଯୋଗୀ ଆଦିତ୍ୟନାଥ ବହୁମତରେ ସରକାର ଗଢ଼ିବାକୁ ଯାଉଛନ୍ତି। ଇତିମଧ୍ୟରେ ୟୁପି ଜନତା ଓ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସନ୍ଧ୍ୟାରେ ଭାଜପା କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ଅବସରରେ ନିର୍ବାଚନରେ ବିଜୟ ହାସଲ ପାଇଁ ଯୋଗୀ ଜନତା ଓ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଜନତାଙ୍କୁ ସମ୍ବୋଧିତ କରି ଯୋଗୀ କହିଛନ୍ତି, ରାଷ୍ଟ୍ରବାଦ, ସୁରକ୍ଷା, ବିକାଶ ଓ ସୁଶାସନକୁ ଜନତାଙ୍କ ଆଶୀର୍ବାଦ ମିଳିଛି। ଏହି ବିଜୟ ଜଣେ ଜଣେ କର୍ମକର୍ତ୍ତାଙ୍କ ବିଜୟ। ବର୍ତ୍ତମାନ ୪ଟି ରାଜ୍ୟରେ ଭାଜପା ସରକାର ଗଢ଼ିବାକୁ ଯାଉଛି ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି। ଦେଶର ସବୁଠାରୁ ବଡ଼ ରାଜ୍ୟ ହେଉଛି ଉତ୍ତରପ୍ରଦେଶ। ତେଣୁ ନିର୍ବାଚନ ସମୟରେ ସମସ୍ତଙ୍କ ନଜର ୟୁପି ଉପରେ ରହିଥିଲା। ତେବେ ପ୍ରଧାନମନ୍ତ୍ରୀଙ୍କ ନେତୃ୍‌ୃତ୍ୱରେ ଭାଜପା ବହୁମତରେ ପୁଣି ଥରେ ଶାସନକୁ ଫେରିଛି ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏତଦ୍‌ ବ୍ୟତୀତ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଥିବାରୁ ସେ ନିର୍ବାଚନ କମିଶନଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?