ଗଞ୍ଜାମ,୨୮।୯(ଡି.ଏନ୍.ଏ.): ଗଞ୍ଜାମ ସହରରେ ଦୀର୍ଘ ୧୦ ବର୍ଷଧରି ବିକାଶ ହେଉ ନ ଥିବା ଭାଜପା ବ୍ଲକ ପକ୍ଷରୁ ପ୍ରତିବାଦ କରାଯାଇଛି। ସହରର ବିଭିନ୍ନ ସମସ୍ୟା ସମାଧାନ ଲାଗି ଭାଜପା ଏନ୍ଏସି ମଣ୍ଡଳ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସୁନିଲ କୁମାର ଟୁଡୁଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମୁଖ୍ୟ ନାଳର ପୁନଃ ଉଦ୍ଧାର, ଡ୍ରେନ୍ ଉପରେ ଜବରଦଖଲ ଉଚ୍ଛେଦ, ପରିମଳ ସେବା ବିପର୍ଯ୍ୟସ୍ତ ସାଙ୍ଗକୁ ବିଭିନ୍ନ ଓ୍ବାର୍ଡର ଡମ୍ପିଂୟାର୍ଡ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ପ୍ରଦାନ ଆଦି ଦାବି ରହିଛି । ଏଥିରେ ଏନ୍ଏସି ମଣ୍ଡଳ ସଭାପତି କାନ୍ତାରୀ ଦଳାଇ, ସୁଦାମ ଜେନା, ଭାଗ୍ୟବାନ ପ୍ରଧାନ, ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ବିକାଶଠାରୁ ବହୁ ପଛରେ ଗଞ୍ଜାମ ଏନ୍ଏସି: ସହରର ଉନ୍ନତି ପାଇଁ ଭାଜପା ପକ୍ଷରୁ ଦାବିପତ୍ର
Posted inଆମ ଜିଲା ଖବର, ଗଞ୍ଜାମ View All
ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ
ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…
ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ
ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…
କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା
ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…
ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…
ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…
ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ
ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…
ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି
ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼
ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…
ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…
ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍ବେଗଜନକ ରୂପ ନେଉଛି। ନିଜ…
Archives

