ବିକାଶଠୁ ବହୁ ଦୂରରେ ଉରୁମୁଣ୍ଡା ଗାଁ

ରାଇସୁଆଁ, ୧୮।୨(ଡି.ଏନ.ଏ.)-ସରକାର ଗାଁର ବିକାଶ ନ ହେଲେ ଦେଶର ବିକାଶ ଅସମ୍ଭବ ବୋଲି ଗାଁ ର ବିକାଶ ପାଇଁ ଗମନାଗମନ ବ୍ୟବସ୍ଥା ସହ ଗ୍ରାମାଞ୍ଚଳ ଲୋକଙ୍କ ଆର୍ଥିକ ଉନ୍ନତି ପାଇଁ ବହୁ ଯୋଜନା ମାନ କରିଛନ୍ତି। ଏଥି ସହ ଖଣି କ୍ଷତିଗ୍ରସ୍ତ ଲୋକଙ୍କର ଉନ୍ନତି ପାଇଁ ଡିଏମଏଫ ଫଣ୍ଡ ମାଧ୍ୟମରେ ଆର୍ଥିକ ସହାୟତା ସହ ଗ୍ରାମକୁ ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ବହୁ ଯୋଜନା କରିଛନ୍ତି। ମାତ୍ର ଜିଲାପ୍ରଶାସନର ଆନ୍ତରିକତାର ଅଭାବ ସହ ନିକଟସ୍ଥ ଖଣି କର୍ତ୍ତୃପକ୍ଷଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ଯୋଗୁ ଖଣିକ୍ଷତିଗ୍ରସ୍ତ ଲୋକଙ୍କ ବିକାଶ ହୋଇ ପାରୁ ନ ଥିବା ବହୁ ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି। ଦେଶ ସ୍ବାଧିନ ହେବାର ୭୩ ବର୍ଷ ବିତିଯାଇଥିଲେ ମଧ୍ୟ ବହୁ ଗ୍ରାମକୁ ଆଜିଯାଏ ବିକାଶର ଛାଇ ମଧ୍ୟ ପଡିନାହିଁ।
ଏହି ପରି ଏକ ଘଟଣା ଦେଖିବାକୁ ମିଳିଛି। କେନ୍ଦୁଝର ଜିଲା ବାଂଶପାଳ ବ୍ଲକର କୁମୁଣ୍ଡି ପଞ୍ଚାୟତର ଉରୁମୁଣ୍ଡା ଗାଁରେ। ଏହି ଗ୍ରାମରେ ୯୦ ପ୍ରତିଶତ ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରୁଛନ୍ତି। ଏହି ଅଞ୍ଚଳ ଶୁଆକାଠି ଓଏମସି ଖଣି ପ୍ରଭାବିତ ଅଞ୍ଚଳ ହୋଇଥିବା ବେଳେ ଏହି ଗ୍ରାମକୁ ଆଜି ଯାଏ ନିତିଦିନିଆ ରାସ୍ତାଟିଏ ନାହିଁ। ଫଳରେ ସ୍ଥାନୀୟ ଜନସାଧାରଣ ଯାତାୟାତରେ ବହୁ ହଇରାଣ ହେବା ସହ ରୋଗୀ ଏବଂ ପ୍ରସୂତି ମହିଳାଙ୍କୁ ଖଟିଆରେ ବୋହି ନିଆଯାଉଛି। ଶିଶୁ ଙ୍କ ବିକାଶ ଏବଂ ଶିକ୍ଷାର ଉନ୍ନତି ପାଇଁ ୨୦୧୩ ମସିହାରେ ଏକ ଅଙ୍ଗନୱାଡି କେନ୍ଦ୍ର ଅନୁଷ୍ଠିତ ହୋଇଥିଲେ ମଧ୍ୟ ଘର ନଥିବାରୁ ଅଙ୍ଗନୱାର୍ଡି କର୍ମୀଙ୍କ ବାରଣ୍ଡାରେ ଚାଲିଛି ଏହି କେନ୍ଦ୍ର। ଏବେ ବି ବହୁ ଶିଶୁ ଅପପୃଷ୍ଟିର ଶିକାର ହେଉଛନ୍ତି ବୋଲି ବହୁ ସ୍ଥାନୀୟ ସାମାଜିକକର୍ମୀ ଅଭିଯୋଗ କରିଛନ୍ତି। ଏଥି ପ୍ରତି ଜିଲାପ୍ରଶାସନ ତୁରନ୍ତ ଦୃଷ୍ଟି ଦେବାସହ ଗ୍ରାମକୁ ନିତିଦିନିଆ ପକା ରାସ୍ତା ନିର୍ମାଣ ସହ ଗାଁର ବିକାଶ ପାଇଁ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?