ବିକିନି ଏୟାରଲାଇନର ୯ଟଙ୍କାରେ ଉଡାଣ

ନୂଆଦିଲ୍ଲୀ,୨୧।୮: ସାରା ବିଶ୍ୱରେ ‘ବିକିନି ଏୟାରଲାଇନ’ଭାବେ ଖ୍ୟାତ ଭିଏତନାମର ବଜେଟ ଏୟାରଲାଇନ ବିୟତଜେଟ ଚଳିତବର୍ଷ ଡିସେମ୍ବରରୁ ଭାରତରେ ନିଜର ପାଦ ଥାପିବାକୁ ଯାଉଛି। ଏହି ଏୟାରଲାଇନ କମ୍ପାନୀ ନୂଆଦିଲ୍ଲୀରୁ ହୋ ଚିନ୍‌ ମିନ୍‌ ସିଟି ମଧ୍ୟରେ ଡିସେମ୍ବର ୬ରୁ ବିମାନ ଉଡ଼ାଣ ଆରମ୍ଭ କରିବ। ୨୦୧୧ରେ ଉକ୍ତ ଏୟାରଲାଇନ କମ୍ପାନୀର ସମସ୍ତ କ୍ରୁ ସଦସ୍ୟ ବିକିନି ପିନ୍ଧିଥିବା ନେଇ ଏକ ବିଜ୍ଞାପନ ପ୍ରକାଶ ପାଇଥିଲା। ଏହାକୁ ନେଇ ସେତେବେଳେ ସାରା ବିଶ୍ୱରେ ଚର୍ଚ୍ଚା ହୋଇଥିଲା। ବିୟତଜେଟ୍‌ ଚଳିତମାସ ୨୦ରୁ ୨୨ ମଧ୍ୟରେ ସ୍ପେଶାଲ ପ୍ରମୋଶନ ‘ଥ୍ରୀ ଗୋଲ୍ଡେନ ଡେଜ’ ବେଳେ ସୁପର ସେଭିଙ୍ଗ୍ସ ଟିକେଟ ଅଫର କରୁଛି। ଏହାର ମୂଲ୍ୟ ମାତ୍ର ୯ ଟଙ୍କା ରହିଛି। ଡିସେମ୍ବର ୬ରୁ ନୂଆଦିଲ୍ଲୀ ଓ ହୋ ଚିନ୍‌ ମିନ୍‌ ମଧ୍ୟରେ ସପ୍ତାହରେ ୪ ଫ୍ଲାଇଟ ଓ ଡିସେମ୍ବର ୭ରୁ ହନୋଇ-ନୂଆଦିଲ୍ଲୀ ମଧ୍ୟରେ ସପ୍ତାହକୁ ୩ ଫ୍ଲାଇଟ୍‌ ଚଳାଚଳ କରିବ। ଉଲ୍ଲେଖନୀୟ ଯେ, ଆସନ୍ତା ଅକ୍ଟୋବରରୁ ଇଣ୍ଡିଗୋ ହୋ ଚିନ୍‌ ମିନ୍‌-କୋଲକାତା ମଧ୍ୟରେ ବିମାନ ଉଡ଼ାଣ ସେବା ଆରମ୍ଭ କରିବାକୁ ଯାଉଛି। ବିୟତଜେଟ ଦେଶ ତଥା ବିଦେଶରେ ୧୨୯ରୁଟ୍‌ରେ ଉଡ଼ାଣ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri