ବିକ୍ଷୋଭ ପରେ ଘୁଞ୍ଚିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା

ଭୁବନେଶ୍ୱର, ୯।୬(ବ୍ୟୁରୋ): ଛାତ୍ରୀଙ୍କ ବିକ୍ଷୋଭ ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଷଷ୍ଠ ସେମିଷ୍ଟର ପରୀକ୍ଷାକୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟଗତ ସୁରକ୍ଷା ଦାବିକୁ ଦୃଷ୍ଟିରେ ରଖି କୁଳପତିଙ୍କ ଅନୁମୋଦନକ୍ରମେ କର୍ତ୍ତୃପକ୍ଷ ଏପରି ନିଷ୍ପତ୍ତି ନେଇଛନ୍ତି। ଆପାତତଃ ଜୁଲାଇ ଦ୍ୱିତୀୟ ସପ୍ତାହରୁ ଏହି ପରୀକ୍ଷା ଆରମ୍ଭ କରାଯିବାକୁ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି। ତେବେ ଏ ସମ୍ପର୍କିତ ସରକାରୀ ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରାଯିବ। ପରୀକ୍ଷା କାର୍ଯ୍ୟସୂଚୀ ସଂକ୍ରାନ୍ତରେ ଛାତ୍ରୀମାନଙ୍କୁ ଜଣାଇଦିଆଯିବ। ଛାତ୍ରୀଙ୍କ ସୁବିଧା ଓ ନିରାପତ୍ତାକୁ ବିଶ୍ୱବିଦ୍ୟାଳୟ ପ୍ରାଥମିକତା ଦିଏ ବୋଲି କର୍ତ୍ତୃପକ୍ଷ କହିଛନ୍ତି।
ସୂଚନାଯୋଗ୍ୟ, ଜୁନ୍‌ ୨୫ରୁ ଜୁଲାଇ ୩ ପର୍ଯ୍ୟନ୍ତ ଥିଓରି ଓ ଜୁଲାଇ ୪ରୁ ୯ ତାରିଖ ପର୍ଯ୍ୟନ୍ତ ରମାଦେବୀ ବିଶ୍ୱବିଦ୍ୟାଳୟର ପ୍ରାକ୍ଟିକାଲ ପରୀକ୍ଷା ହୋଇଥାଆନ୍ତା। କିନ୍ତୁ ଛାତ୍ରୀମାନେ ଏହାର ପ୍ରତିବାଦ କରି ସୋମବାର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉଚ୍ଚଶିକ୍ଷା ବିଭାଗର ପରୀକ୍ଷା ରାଜ୍ୟର ସମସ୍ତ କଲେଜରେ ଯେଉଁଦିନ ଅନୁଷ୍ଠିତ ହେବ ରମାଦେବୀ ବିଶ୍ୱବିଦ୍ୟାଳୟ ପରୀକ୍ଷା ସେହିଦିନ ହେବ ବୋଲି କୁଳପତି ପୂର୍ବରୁ କହିଥିଲେ। ଯାହାକୁ ଛାତ୍ରୀମାନେ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri