Posted inଜାତୀୟ

ବିକ୍ଷୋଭ ବେଳେ ୧୮୫ ଛାତ୍ରୀଛାତ୍ର ଅଟକ

ନୂଆଦିଲ୍ଲୀ,୪ା୩(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଓ ଜାତୀୟ ରାଜଧାନୀରେ ସଦ୍ୟ ଘଟିଥିବା ସାମ୍ପ୍ରଦାୟିକ ହିଂସା ପ୍ରତିବାଦରେ ମଙ୍ଗଳବାର ଦିଲ୍ଲୀର ରାମଲୀଲା ମଇଦାନକୁ ବିକ୍ଷୋଭ ଶୋଭାଯାତ୍ରାରେ ଯାଉଥିବା ବେଳେ ୧୮୫ ଛାତ୍ରୀଛାତ୍ରଙ୍କୁ ଅଟକ ରଖାଯାଇଥିଲା। କମଲା ମାର୍କେଟ, ହରି ନଗର ଓ ବାଓ୍ବାନା ସମେତ ବିଭିନ୍ନ ଥାନାରେ ସେମାନଙ୍କୁ ଅଟକ ରଖାଯିବା ପରେ ଛାଡ଼ିଦିଆଯାଇଥିଲା। ଏବେ ସମସ୍ତ ବିକ୍ଷୋଭକାରୀ ମୁକ୍ତ ବୋଲି କେନ୍ଦ୍ରୀୟ ଦିଲ୍ଲୀ ଡେପୁଟି ପୋଲିସ କମିଶନର ସଞ୍ଜୟ ଭାଟିଆ ସୂଚନା ଦେଇଛନ୍ତି। ସିଏଏ ଏବଂ ଦିଲ୍ଲୀ ଦଙ୍ଗା ପ୍ରତିବାଦରେ ମଙ୍ଗଳବାର ସକାଳେ ଯନ୍ତରମନ୍ତରରେ ପ୍ରାୟ ୨୦୦ ଛାତ୍ରୀଛାତ୍ର ଏକତ୍ରିତ ହୋଇଥିଲେ। ୟଙ୍ଗ୍‌ ଇଣ୍ଡିଆ କୋଅର୍ଡିନେଶନ କମିଟିର ଆହ୍ବାନ କ୍ରମେ ସେମାନେ ରାମଲୀଲା ମଇଦାନ ଅଭିମୁଖେ ଶୋଭାଯାତ୍ରାରେ ଯାଉଥିଲେ। ବିକ୍ଷୋଭକାରୀଙ୍କ ମଧ୍ୟରେ ପୂର୍ବତନ ଆଇଏଏସ୍‌ ଅଧିକାରୀ କନ୍ନାନ ଗୋପିନାଥନ୍‌ ସାମିଲ ଥିଲେ। ସେମାନଙ୍କ ହାତରେ ଥିବା ବ୍ୟାନର ଓ ପୋଷ୍ଟରରେ ଲେଖାଥିଲା, ‘ଦଙ୍ଗା ନୁହେଁ, ଶାନ୍ତି’, ‘ଦେଶଦ୍ରୋହ ଆଇନ ଉଚ୍ଛେଦ କର’, ‘ଗରିବ ଓ ମୁସ୍‌ଲିମ ବିରୋଧୀ ଆଇନକୁ ହଟାଅ’ ଏବଂ ‘ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କ ଉପରେ ପୋଲିସ ବର୍ବରତା ବନ୍ଦ ହେଉ’।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri