Posted inରାଜ୍ୟ

ବିଗିଡ଼ିଛି ସ୍ବାସ୍ଥ୍ୟସେବା, ଆଇନଶୃଙ୍ଖଳା

ଅନୁଗୋଳ ଅଫିସ/କଣିହଁା, ୨୩।୭

ଅନୁଗୋଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ସହ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଯାଇଛି। ପ୍ରତିଦିନ ଗରିବ ଲୋକଙ୍କ ଜୀବନ ସହ ଖେଳ ଚାଲିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଜଣେ ଶିଶୁକନ୍ୟାଙ୍କ ମୃତଦେହରୁ ଆଖି ଗାଏବ କରାଯାଇଥିବା ଅଭିଯୋଗର ଦୁଇଦିନ ନ ପୁରୁଣୁ ବସ୍‌ଷ୍ଟାଣ୍ଡ ନିକଟରେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯିବା ଆଇନଶୃଙ୍ଖଳା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହାର ପ୍ରତିବାଦରେ ସୋମବାର ଭାଜପା, ମହିଳା କଂଗ୍ରେସ ଓ ଏସ୍‌ୟୁସିଆଇ ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ପ୍ରଶାସନକୁ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି।
ତୁରନ୍ତ ଏସବୁ ଘଟଣାର ତଦନ୍ତ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କଠୋର ଦଣ୍ଡରେ ଦଣ୍ଡିତ କରିବାକୁ ଜିଲା ଭାଜପା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦଳର ବରିଷ୍ଠ ନେତା ତଥା ରାଜ୍ୟ ସଭାର ପୂର୍ବତନ ସଦସ୍ୟ ରୁଦ୍ର ନାରାୟଣ ପାଣି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ, ବସନ୍ତ ମଞ୍ଜରୀ ପ୍ରଧାନ, ବିନୋଦିନୀ ସାହୁ, ରୋଜାଲିନ୍‌ ଦାସ, ନମିତା ଦଳ ବେହେରାଙ୍କ ସମେତ ଶତାଧିକ ସଦସ୍ୟା ଓ ସଦସ୍ୟ ଉପସ୍ଥିତ ଥିଲେ।
ସେହିପରି ଜିଲା ମହିଳା କଂଗ୍ରେସ ପକ୍ଷରୁ ଏ ନେଇ ଏସ୍‌ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ଯାଯାବରମାନଙ୍କ ପାଇଁ ଆଶ୍ରୟସ୍ଥଳୀ, ସେମାନଙ୍କ ପିଲାଙ୍କୁ ଭିକ୍ଷାବୃତ୍ତିରୁ ନିବୃତ୍ତ କରାଇବା ପାଇଁ ପଦକ୍ଷେପ ନିଆଯିବାକୁ ଦାବି କରାଯାଇଛି। ଜିଲା ମହିଳା କଂଗ୍ରେସ କମିଟି ସଭାପତି ସବିତାରାଣୀ ଧୀର, ରାଜ୍ୟ ମହିଳା କଂଗ୍ରେସ ଉପସଭାପତି ସୁକାନ୍ତି ଦାସ, ଜିଲା ଛାତ୍ର ସଭାପତି ବିଶ୍ୱରଞ୍ଜନ ପାଣିଗ୍ରାହୀ, ପୂର୍ବତନ କାଉସିଲର ବଲବୀର ସିଂହ, ନଗର ମହିଳା କଂଗ୍ରେସ ସଭାପତି ଅଳକାରାଣୀ ମହାପାତ୍ର, ପ୍ରମୁଖ ଦାବିପତ୍ର ପ୍ରଦାନ କରିଥିଲେ।
ସେହିପରି ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ଅନୁଗୋଳ ଜିଲା କମିଟି ପକ୍ଷରୁ ରାଜାଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହାପରେ ଜିଲାପାଳ ଓ ଏସ୍‌ପିଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଜିଲା କମିଟି ସଭ୍ୟ ନବକିଶୋର ପ୍ରଧାନ, ସୁବାସ ପ୍ରଧାନ, ମାନସ ପାଳ, ମନ୍ଦୋଦରୀ ରାଉଳ ଓ ଶିକ୍ଷକ ନେତା ପ୍ରସାଦୀ ପ୍ରଧାନ ପ୍ରମୁଖ ବକ୍ତବ୍ୟ ରଖିଥିଲେ। ସେହିପରି ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ପକ୍ଷରୁ ଏନ୍‌ଟିପିସି ବାଇପାସ ଛକଠାରେ ପ୍ରତିବାଦ ସଭା କରାଯାଇଥିଲା। ଜିଲା ସମ୍ପାଦକ ଭିକାରୀ ପ୍ରଧାନ, ଶ୍ରମିକ ନେତା ଜୟସେନ ମେହେର, ନାରୀନେତ୍ରୀ ମାନସୀ ସ୍ବାଇଁ, ନିର୍ମଳା ପ୍ରଧାନ ପ୍ରମୁଖ ଯୋଗଦେଇ ତୁରନ୍ତ ଅପରାଧୀଙ୍କୁ ଗିରଫ ସହ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri