ବିଗିଡ଼ିଲାଣି କରୋନା ସ୍ଥିତି

ନୂଆଦିଲ୍ଲୀ, ୧୪ା୬: ଭାରତରେ ମହାମାରୀ କରୋନାର ଭୟଙ୍କର ସ୍ଥିତି ଏବେ ଦେଖିବାକୁ ମିଳିଛି। ବିଶେଷ କରି ଲକ୍‌ଡାଉନ୍‌ ଉଠିବା ଓ ପ୍ରବାସୀଙ୍କ ଆଗମନ ପରେ ସ୍ଥିତି ଅସମ୍ଭାଳ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ କରୋନା ସ୍ଥିତିର ସମୀକ୍ଷା ଲାଗି ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଶନିବାର ଆଲୋଚନା କରିଛନ୍ତି। ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କ’ଣ ସ୍ଥିତି ରହିଛି, ସେନେଇ ସମୀକ୍ଷା କରାଯାଇଥିଲା। ଦୈନିକ ୧୦ ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ସାମ୍ନାକୁ ଆସିବା , ୧୦ ଦିନରେ ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେବା, ମୃତ୍ୟୁସଂଖ୍ୟା ୮,୮୯୫କୁ ବୃଦ୍ଧି ପାଇଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ। ପରିସ୍ଥିତିକୁ କିପରି କାବୁ କରାଯିବ ଓ ରାଜ୍ୟଗୁଡ଼ିକ ଉଚିତ ପଦକ୍ଷେପ ନେବେ ସେ ସମ୍ପର୍କରେ ଆଲୋଚନା ହୋଇଥିଲା।
ଦେଶରେ ଏବେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୩ ଲକ୍ଷ ୧୦ ହଜାର ପାର୍‌ କରିଛି। ମହାରାଷ୍ଟ୍ରରେ କେବଳ ୧ ଲକ୍ଷ ୪ ହଜାରରୁ ଅଧିକ ସଂକ୍ରମିତ ଥିବାବେଳେ ତାମିଲନାଡ଼ୁରେ ୪୨ ହଜାରରୁ ଊର୍ଦ୍ଧ୍ୱ, ରାଜଧାନୀ ଦିଲ୍ଲୀରେ ୩୬ ହଜାରରୁ ଊର୍ଦ୍ଧ୍ୱ, ଗୁଜରାଟରେ ୨୩ ହଜାରରୁ ଊର୍ଦ୍ଧ୍ୱ, ଉତ୍ତରପ୍ରଦେଶ ଓ ରାଜସ୍ଥାନ ପ୍ରତ୍ୟେକ ରାଜ୍ୟରେ ୧୨ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଥିବା ଜଣାପଡ଼ିଛି। ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶରେ ୧୦ ହଜାର ଲେଖାଏ ଆକ୍ରାନ୍ତ ଅଛନ୍ତି। ସବୁଠାରୁ ବଡ଼କଥା ହେଲା ଶନିବାର ପାଖାପାଖି ୮ ହଜାର ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୨୧୯ ଜଣ ପ୍ରାଣ ହରାଇଛନ୍ତି। ବିଗତ କିଛିଦିନ ହେବ ଏହି ଟ୍ରେଣ୍ଡ ଜାରି ରହିଛି। ଫଳରେ ପରିସ୍ଥିତି ଅସମ୍ଭାଳ ହୋଇପଡ଼ିଛି। କରୋନାର କୌଣସି ସଫଳ ଔଷଧ ବାହାରି ନ ଥିବାବେଳେ ଏଭଳି ଉଗ୍ର ସଂକ୍ରମଣ ସ୍ଥିତି ଲୋକଙ୍କୁ ଆତଙ୍କିତ କରିପକାଇଛି। କେବଳ ସଚେତନତା ଓ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?