ବିଚାର ହେବନି ଏକକାଳୀନ ୧୦ରୁ ଊର୍ଦ୍ଧ୍ୱ ମାମଲା

କଟକ ଅଫିସ୍‌,୧୪।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟ ଏବଂ ରାଜ୍ୟର ଅନ୍ୟ କେତେକ ହାଇକୋର୍ଟ ଭଳି ଓଡ଼ିଶା ହାଇକୋର୍ଟ ମଧ୍ୟ ଶୁକ୍ରବାର ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ହାଇକୋର୍ଟ ପରିସରରେ ଅଯଥା ଗହଳି ନ କରିବା ଏବଂ ଏକକାଳୀନ ୧୦ରୁ ଅଧିକ ମାମଲା ଶୁଣାଣି ଉପରେ କଟକଣା ଜାରି କରାଯାଇଛି।
ହାଇକୋର୍ଟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ, ବିଶ୍ୱରେ ଏବେ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି। ବିଶ୍ୱ ସମୁଦାୟ ପାଇଁ ଏହା ବିପଦ ସୃଷ୍ଟି କଲାଣି। ଡବ୍ଲୁଏଚ୍‌ଓ ପକ୍ଷରୁ ଏହାକୁ ମହାମାରୀ ଭାବେ ଘୋଷଣା କରାଯାଇଛି। ବିଭିନ୍ନ ଦେଶ ଏବଂ ସଙ୍ଗଠନ ଏହାର ମୁକାବିଲା ପାଇଁ ପଦକ୍ଷେପ ନେଉଛନ୍ତି। ଭାରତରେ ମଧ୍ୟ ଧୀରେ ଧୀରେ ବ୍ୟାପୁଛି । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପ୍ରତଷେଧକ ପଦକ୍ଷପ ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ମଧ୍ୟ କରୋନା ଭୂତାଣୁକୁ ନେଇ ସର୍ତକର୍ତ୍ତା ଅବଲମ୍ବନ କରିଛନ୍ତି। ଅଦାଲତ ଭିତରକୁ ଦଳ ଦଳ ହୋଇ ଭ୍ରମଣକାରୀଙ୍କ ପ୍ରବେଶକୁ ନିଷେଧ କରାଯାଇଛି। କେବଳ ମାମଲା ପରିଚାଳନା କରୁଥିବା ସମ୍ପୃକ୍ତ ଆଇନଜୀବୀ ପ୍ରବେଶ କରିବେ। ଆବଶ୍ୟକ ସ୍ଥଳେ ଶୁଣାଣି ହେବାକୁ ଥିବା ମାମଲାର ପକ୍ଷଭୁକ୍ତମାନେ ଅଦାଲତରେ ପ୍ରବେଶ କରିପାରିବେ। ଅତି ଆବଶ୍ୟକ ସ୍ଥଳେ କେବଳ ୧୦ଟି ମାମଲାରୁ ଅଧିକ ବିଚାର ଏକ ସମୟରେ କରାଯିବା ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ନିରାପଦ ଦୃଷ୍ଟିରୁ କୋର୍ଟ ବାହାରେ ମଧ୍ୟ ଦଳଦଳ ହୋଇ ଲୋକେ ଏକାଠି ନ ରହିବାକୁ ରେଜିଷ୍ଟ୍ରାର ଜୁଡିସିଆଲଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri