Posted inଜାତୀୟ

ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୁହଁ ଖୋଲିଲେ ରବିଶଙ୍କର

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଏସ୍‌. ମୁରଲିଧରଙ୍କ ରାତି ଅଧିଆ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଗୋଟିଏ ପରେ ଗୋଟିଏ ଟୁଇଟ୍‌ କରି ଏହାର ସଫେଇ ଦେଉଛନ୍ତି। ସେ କହିଛନ୍ତି ସୁପ୍ରିମକୋର୍ଟ ମୁଖ୍ୟବିଚାପତିଙ୍କ ଅଧ୍ୟକ୍ଷତାରେ ଫେବୃୟାରୀ ୧୨ରେ କୋଲେଜିୟମ ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ସୁପାରିସ କରିଥିଲେ। ଏହାପରେ ସମସ୍ତ ପ୍ରକାର ପ୍ରକ୍ରିୟା ଶେଷ କରାଯାଇ ତାଙ୍କର ବଦଳି କରାଯାଇଛି। ତେଣୁ କଂଗ୍ରେସ ଯେଉଁ ଅଭିଯୋଗ ଆଣିଛି ତାହା ଭିତ୍ତିହିନ ବୋଲି ରବିଶଙ୍କର କହିଛନ୍ତି। ଆଉ ବଦଳି ପୂର୍ବରୁ ବିଚାରପତିଙ୍କ ସହ ପରାମର୍ଶ କରାଯାଇଥାଏ। ତେଣୁ ବିଚାରପତିଙ୍କ ବଦଳିରେ ସମସ୍ତ ପ୍ରକ୍ରିୟାକୁ ଧ୍ୟାନ ଦିଆଯାଇଛି ବୋଲି ରବିଶଙ୍କର କହିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ହାଇକୋର୍ଟର ବିଚାରପତି ଏସ୍‌. ମୁରଲିଧରଙ୍କୁ ଏବେ ପଞ୍ଜାବ-ହରିୟାଣା ହାଇକୋର୍ଟକୁ ବଦଳି କରାଯାଇଛି। ଦିଲ୍ଲୀରେ ହିଂସାର ବାତାବରଣ ଚାଲିଥିବା ବେଳେ ବିଚାରପତିଙ୍କ ବଦଳିକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉଙ୍କିମାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଶତକ ମାରି ବଡ଼ ରେକର୍ଡ କଲେ ତିଲକ ବର୍ମା: ଆଇପିଏଲ ଇତିହାସରେ…

ମୁମ୍ବାଇ,୨୦।୩: ତିଲକ ବର୍ମାଙ୍କ ବିସ୍ଫୋରକ ଶତକ ଏବଂ ନମନ ଧୀରଙ୍କ ଦୃଢ଼ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ସୋମବାର ଅନୁଷ୍ଠିତ ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ…

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri