ବିଚ୍ଛିନ୍ନାଞ୍ଚଳରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପହଞ୍ଚତ୍ଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ.ଏ.)-
ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୫ଟି ପଞ୍ଚାୟତ ପଣଷପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ୧୦୮ ଆମ୍ବୁଲାନ୍ସ ଲଞ୍ଚ ପହଞ୍ଚତ୍ଛି। ଏହି ପଞ୍ଚାୟତଗୁଡିକ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ସର୍ବଦା ଜଳବନ୍ଦୀ ହୋଇ ରହୁଛି। ଚିତ୍ରକୋଣ୍ଡା ସ୍ପିଲଓ୍ବେ ଲଞ୍ଚ ଘାଟଠାରୁ ଏହି ୫ଟି ପଞ୍ଚାୟତକୁ ଯିବାକୁ ହେଲେ ଜଳପଥ ଦେଇ ପ୍ରାୟ ୫୦ କିଲୋମିଟର ଲଞ୍ଚ, ବୋଟ କିମ୍ବା ଦେଶୀ ଡଙ୍ଗାରେ ଯାତାୟାତ କରିବାକୁ ପଡେ। ଏହି ବିଚ୍ଛିନ୍ନାଞ୍ଚଳର ଜନସାଧାରଣଙ୍କୁ ଅନେକ ସମୟରେ ସ୍ବାସ୍ଥ୍ୟସେବା ପାଇଁ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେବାକୁ ପଡୁଥିଲା। ମାଲକାନଗିରି ଜିଲାକୁ ୫-ଟି ସଚିବ ଭି. କେ. ପାଣ୍ଡିୟାନଙ୍କ ଗସ୍ତ ପରେ ଜିଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ବିଭିନ୍ନ ଯୋଜନା କରିଥିଲେ। ତାଙ୍କ ନିର୍ଦ୍ଦେଶରେ ଜିଲାପାଳ ମନୀଷ ଅଗ୍ରୱାଲଙ୍କ ଉଦ୍ୟମରେ ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରୁ ଯନ୍ତାପାଇ ପର୍ଯ୍ୟନ୍ତ ରୋଗୀଙ୍କୁ ପ୍ରତ୍ୟହ ମାଗଣାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଆରମ୍ଭ ହୋଇଥିବା ବିଜୁ ହେଲଥ ଗାଡି ଚାଲୁଛି। ଏହି ସେବା ପରେ ଏବେ ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଚିତ୍ରକୋଣ୍ଡା ସ୍ପିଲଓ୍ବେ ଲଞ୍ଚ ଘାଟରେ ୧୦୮ ଆମ୍ବୁଲାନ୍ସ ଲଞ୍ଚ ପହଞ୍ଚତ୍ଛି। ଏହାକୁ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଅଧ୍ୟକ୍ଷ କ୍ଷୀରୋଦ ଚନ୍ଦ୍ର ମହନ୍ତଙ୍କୁ ହସ୍ତାନ୍ତର କରାଯାଇଛି। ଏହା ଖୁବ୍‌ ଶୀଘ୍ର କାର୍ଯ୍ୟ ଆରମ୍ଭ କରିବ ବୋଲି ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଅଧ୍ୟକ୍ଷ ଡାକ୍ତର ମହନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ...

ଆତ୍ମସମର୍ପଣ କଲେ ୯ ମାଓବାଦୀ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍‌ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର

ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ।...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri