ବିଚ୍ଛିନ୍ନାଞ୍ଚଳରେ ବଣ୍ଟାହେବ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଓଡ଼ିଶା ସରକାରଙ୍କ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ବିତରଣ ଲାଗି ସଢ଼େଇକଳା ଓ ଖରସୁଆଁ ବିଚ୍ଛିନ୍ନାଞ୍ଚଳକୁ ପଠାଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ ନେଇ ଯାଉଥିବା ଏକ ଗାଡ଼ିକୁ ପତାକା ଦେଖାଇ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ଉଦ୍‌ଘାଯନ କରିଥିଲେ। ଓଡ଼ିଶା ଭାଷା, ସଂସ୍କୃତି ଓ ବିଚ୍ଛିନ୍ନାଞ୍ଚଳରେ ବସବାସ କରୁଥିବା ଓଡ଼ିଆ ଭାଷାଭାଷୀ ଲୋକମାନଙ୍କ ମଧ୍ୟରେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଏହି ବିତରଣ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ୧୦ ହଜାର ପୁସ୍ତକ ନେଇ ଯାତ୍ରା କରୁଥିବା ଏହି ଗାଡ଼ିଟି ବିଭିନ୍ନ ଜିଲାରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ ବିତରଣ କରି ବୁଧବାର ଷଢ଼େଇକଳା ଓ ଖରସୁଆଁରେ ପହଞ୍ଚତ୍ବ। ଷଢ଼େଇକଳା ଓ ଖରସୁଆଁରେ ବସବାସ କରୁଥିବା ଓଡ଼ିଆ ଭାଷାଭାଷୀ ଲୋକମାନଙ୍କ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସଂସ୍କୃତିସମ୍ପନ୍ନ ପୁସ୍ତକ ବିତରଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହି ଉତ୍ସବରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସମ୍ପାଦକ ଡ.ଲେନିନ୍‌ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri