ବିଜୁ ଜୟନ୍ତୀରେ ବଣ୍ଟାଯିବ ‘ପକ୍କାଘର ଯୋଗ୍ୟତା କାର୍ଡ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମ ଦିବସକୁ ଆସନ୍ତା ୫ ତାରିଖରେ ବିଜେଡି ପକ୍ଷରୁ ପାଳନ କରାଯିବ। ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ଲୋକଙ୍କ ସହ ଏହି ଦିବସ ପାଳନ କରାଯିବ। ବିଜୁ ଜୟନ୍ତୀ ଦିବସଠାରୁ ୨ ସପ୍ତାହ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ପକ୍କାଘର ପାଇ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ‘ପକ୍କାଘର ଯୋଗ୍ୟତା କାର୍ଡ’ ପ୍ରଦାନ କରାଯିବ। ସେହିପରି ସହରାଞ୍ଚଳରେ ରହୁଥିବା ବସ୍ତି ବାସିନ୍ଦାଙ୍କୁ ‘ଜାଗା ମିଶନ’ ମାଧ୍ୟମରେ ଭୂମି ଅଧିକାର ଯୋଗ୍ୟତା ପ୍ରମାଣପତ୍ର ବଣ୍ଟାଯିବ। ଏହି କାର୍ଯ୍ୟକୁ ଆନ୍ତରିକତାର ସହିତ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ସମସ୍ତ କାର୍ଯ୍ୟକର୍ତ୍ତା, ପର୍ଯ୍ୟବେକ୍ଷକ, ଏମ୍‌ପି, ବିଧାୟକ, ଜିଲା ସଭାପତି, ଛାମୁଆ ସଙ୍ଗଠନର ରାଜ୍ୟ ସଭାପତି ଏବଂ ଜିଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି।
ନବୀନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଏଥର ବିଜୁ ଜୟନ୍ତୀ ସମାରୋହ ଆସନ୍ତା ୫ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ପାଳନ ହେବ। ବ୍ଲକ ଏବଂ ପୌରାଞ୍ଚଳରେ ବୈଠକ କରାଯାଇ ନବୀନ ପଟ୍ଟନାୟକଙ୍କ ୨୦ବର୍ଷ ସରକାରର ସଫଳତା ସମ୍ପର୍କରେ ପ୍ରଚାର କରାଯିବ। ଏହି ଦିବସକୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ। ବିଜୁ ଜୟନ୍ତୀଠାରୁ ତାଙ୍କ ତିରୋଧାନ ଦିବସ ଅର୍ଥାତ୍‌ ଏପ୍ରିଲ ୧୭ ତାରିଖ ମଧ୍ୟରେ ଛାମୁଆ ସଙ୍ଗଠନ ପକ୍ଷରୁ ପ୍ରତ୍ୟେକ ସ୍ଥାନରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ତଥା ଜୀବନବିନ୍ଦୁ କାର୍ଯ୍ୟକ୍ରମ ଚାଲିବ। ଅନ୍ୟପକ୍ଷରେ ମାର୍ଚ୍ଚ ୮ ତାରିଖରେ ମହିଳା ଦିବସ ଅବସରରେ ଦଳର ମହିଳା ସଙ୍ଗଠନ ପକ୍ଷରୁ ନିର୍ବାଚନମଣ୍ଡଳୀ ସ୍ତରରେ ମହିଳା ସମାବେଶ ଆୟୋଜନ କରାଯାଇ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୦ଜଣ ସଫଳ ମହିଳାଙ୍କୁ ସମ୍ମାନିତ କରାଯିବ। ଏହାସହ କାର୍ଯ୍ୟକ୍ରମ ଶେଷ ହେବା ପରେ ସମସ୍ତେ ଏହାର ଫଟୋ ଏବଂ ଭିଡିଓ ପଠାଇବା ପାଇଁ ସମସ୍ତଙ୍କୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?