Posted inଖେଳ

ବିଜୁ ପଟ୍ଟନାୟକ ଗୋଲ୍ଡ କପ୍‌ ଫୁଟବଲ ଫୁଲବାଣୀ, ବାଲେଶ୍ୱର ସେମିଫାଇନାଲରେ

ଭୁବନେଶ୍ୱର, ୨୭।୧୨(କ୍ରୀଡ଼ା ପ୍ରତିନିଧି)-
ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ବିଜୁ ପଟ୍ଟନାୟକ ଗୋଲ୍ଡ କପ୍‌ ଫୁଟବଲ ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ୨ଟି ମ୍ୟାଚରେ ଫୁଲବାଣୀ ଓ ବାଲେଶ୍ୱର ସ୍ପୋଟର୍‌ସ ହଷ୍ଟେଲ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ମ୍ୟାଚରେ ଫୁଲବାଣୀ ଦଳ ୬-୦ ଗୋଲରେ ଓଡ଼ିଶା ୟୁନାଇଟେଡ ଫୁଟବଲ କ୍ଲବକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଚନ୍ଦ୍ରମୋହନ ପୃଷ୍ଟି ୨୯ ଓ ୬୭ତମ ମିନିଟରେ ୨ଟି, ଧନେଶ୍ୱର ବେସରା ୩୫ ଓ ୫୨ତମ ମିନିଟରେ ୨ଟି, ରାଜୀବ ଟପ୍ପୋ ୬୫ ଏବଂ ଅବିନାଶ କିଶାନ ୫୫ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଅନଙ୍ଗ ଦ୍ୱିବେଦୀ ଅତିଥିଭାବେ ଯୋଗଦେଇ ଧନେଶ୍ୱର ବେସରାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ଦ୍ୱିତୀୟ ମ୍ୟାଚରେ ବାଲେଶ୍ୱର ୨-୦ ଗୋଲରେ ନୀତା ଫୁଟବଲ ଏକାଡେମୀକୁ ହରାଇ ଦେଇଛି। ବାଲେଶ୍ୱର ସ୍ପୋଟର୍‌ସ ହଷ୍ଟେଲ ପକ୍ଷରୁ ଧନଞ୍ଜୟ ମାରାଣ୍ଡି ୨୭ ଓ ଦଶରଥ ହେମ୍ବ୍ରମ ୪୧ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଆୟୋଜକ୍‌ କ୍ଲବର ଉପସଭାପତି ଅକ୍ଷୟ କୁମାର ଦାସ ଅତିଥିଭାବେ ଉପସ୍ଥିତ ରହି ବିଜୟୀ ଦଳର ଶେଖ ରୋହମାନଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ଦେଇଥିଲେ। ଏହି ଅବସରରେ ନରେନ୍ଦ୍ର ସେଠୀ, ରଘୁ ପଣ୍ଡା, ପ୍ରିୟନାଥ ମିଶ୍ର, ଦେବେନ୍ଦ୍ର ମିଶ୍ର, ଅଶୋକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ମ୍ୟାଚ ପରିଚାଳନା କରିଥିଲେ ଶ୍ରୀକାନ୍ତ ବହିଦାର, ରାଜେନ୍ଦ୍ର ବାରିକ, ଅମିତ ନାୟକ, କିର୍ତ୍ତୀ ସ୍ବାଇଁ, ଚନ୍ଦ୍ରକାନ୍ତ ବାରିକ ଓ ଏସ.କେ. ଖାଁ। ମ୍ୟାଚ କମିଶନର ଥିଲେ ମହେଶ୍ୱର ସିଂ। ଶନିବାର ପ୍ରଥମ ସେମିଫାଇନାଲରେ ସୁନ୍ଦରଗଡ଼ ଓ ଫୁଲବାଣୀ ସ୍ପୋଟର୍‌ସ ହଷ୍ଟେଲ ଏବଂ ଦ୍ୱିତୀୟ ସେମିଫାଇନାଲରେ ବାଲେଶ୍ୱର ଓ ନୟାଗଡ଼ ସ୍ପୋଟର୍‌ସ ହଷ୍ଟେଲ ମଧ୍ୟରେ ମୁକାବିଲା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri