Posted inଖେଳ

ବିଜୁ ପଟ୍ଟନାୟକ ମିନି ମାରାଥନ: ସାମସଦ୍‌, ରଶ୍ମିରଞ୍ଜନ ଚାମ୍ପିୟନ୍‌

ଭୁବନେଶ୍ୱର, ୬ା୩(ବ୍ୟୁରୋ):  ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ସକାଳ ୭ଟାରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ବିଜୁ ପଟ୍ଟନାୟକ ପାର୍କ (ଫରେଷ୍ଟ ପାର୍କ) ନିକଟରୁ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ପାଖାପାଖି ୩୦୦୦ ପ୍ରତିଯୋଗୀଙ୍କୁ ନେଇ ଅନୁଷ୍ଠିତ ଏହି ମିନି ମାରାଥନ ବିଜୁ ପଟ୍ଟନାୟକ ପାର୍କରୁ ବାହାରି ଶିଶୁଭବନ ଛକ, ରାଜମହଲ ଛକ, ଏଜି ଛକ, ରାଜଭବନ ଛକ, ପାୱାର ହାଉସ୍‌ ଛକ ଦେଇ କଳିଙ୍ଗ ଷ୍ଟାଡିୟମ୍‌ରେ ପହଞ୍ଚତ୍ଥିଲା ା ୧୫ରୁ ୧୮ ବର୍ଷ ବାଳିକାବାଳକ, ୧୮ ବର୍ଷରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଏବଂ ୫୦ ବର୍ଷରୁ ଊର୍ଦ୍ଧ୍ୱ ଭେଟେରାନ୍‌ ମହିଳା ଓ ପୁରୁଷ ବର୍ଗରେ ଅନୁଷ୍ଠିତ ମୋଟ ୬ଟି ବର୍ଗର ଶ୍ରେଷ୍ଠ ୫ ଜଣ ପ୍ରତିଯୋଗୀଙ୍କୁ ମୋଟ ୧ ଲକ୍ଷ ୫୮ ହଜାର ଟଙ୍କାର ଅର୍ଥରାଶି ପୁରସ୍କାର ବାବଦରେ ପ୍ରଦାନ କରାଯାଇଥିଲା। ୧୮ ବର୍ଷରୁ ଊର୍ଦ୍ଧ୍ୱ ପୁରୁଷ ବର୍ଗରେ ରଶ୍ମି ରଞ୍ଜନ ନାୟକ ଏବଂ ମହିଳା ବର୍ଗରେ ସାମ୍‌ସଦ୍‌ ଆରା ବେଗମ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।
ସେହିପରି ୧୫ରୁ ୧୮ ବର୍ଷ ବାଳକ ବର୍ଗରେ ରାଜେନ୍ଦ୍ର କୁମାର ବିନ୍ଦ ଓ ବାଳିକା ବର୍ଗରେ ଇତିଶ୍ରୀ ମହାନ୍ତ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ଏହି ଅବସରରେ ଦ୍ୱିତୀୟ ଓ ତୃତୀୟରେ ଥିବା ପ୍ରତିଯୋଗୀଙ୍କୁ ପ୍ରଥମ ପ୍ରତିଯୋଗୀଙ୍କ ସହ ଅର୍ଥ ପୁରସ୍କାର ଚେକ୍‌ ଆକାରରେ ପ୍ରଦାନ କରାଯାଇଛି। ଅନ୍ୟପକ୍ଷରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ପୁରୁଷ ଭେଟେରାନ୍‌ ବର୍ଗରେ ଏ. ବାବା ଓ ମହିଳା ବର୍ଗରେ ଡଲି ମହାନ୍ତି ପ୍ରଥମ ସ୍ଥାନ ହାସଲ କରିଛନ୍ତି। ପୁରସ୍କାର ବିତରଣ ଉତ୍ସବରେ ମନ୍ତ୍ରୀ ବେହେରା ଏବଂ ବିଭାଗୀୟ ଶାସନ ସଚିବ ବିଶାଲ ଦେବ ଉପସ୍ଥିତ ରହି ପୁରସ୍କାର ବିତରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?