ବିଜୁଳି କାଟ୍‌କୁ ନେଇ ମୂଲ୍ୟାୟନ କେନ୍ଦ୍ରରେ ଅସନ୍ତୋଷ: ତାତିଲେ ଅଧ୍ୟାପିକା, ଅଧ୍ୟାପକ

ଅନୁଗୋଳ ଅଫିସ, ୨୬।୪- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ଖାତା ମୂଲ୍ୟାୟନ ହେଉଛି। ପ୍ରଥମ ପର୍ଯ୍ୟାୟ ୮ ତାରିଖରୁ ଆରମ୍ଭ ହୋଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଗୁରୁବାର ଠାରୁ ଆରମ୍ଭ ହୋଇଛି। ତେବେ କେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥା ରହିଥିବା ମୂଲ୍ୟାୟନ କରୁଥିବା ଅଧ୍ୟାପିକା ଓ ଅଧ୍ୟାପକମାନେ ଅଭିଯୋଗ କରିଛନ୍ତି। ଏପରି କି ଘଣ୍ଟା ଘଣ୍ଟା ଧରି ବିଜୁଳି କାଟ୍‌ ହେଉଥିବାରୁ ସମସ୍ୟା ଉପୁଜୁଥିବା ସେମାନେ କହିଛନ୍ତି।
ଅନୁଗୋଳରେ ଗୁରୁବାର ପାରଦ ୪୦.୧ ଡିଗ୍ରୀ ଥିଲା। ଏଥିସହ ଗୁଳୁଗୁଳିରେ ସହରବାସୀ ଅସ୍ତବ୍ୟସ୍ତ ହୋଇପଡ଼ୁଥିଲେ। ଏହି ସମୟରେ ମହାବିଦ୍ୟାଳୟରୁ ବିଜୁଳି କଟି ଯାଇଥିଲା। ଫଳରେ ମୂଲ୍ୟାୟନ କରୁଥିବା ଅଧ୍ୟାପିକା ଓ ଅଧ୍ୟାପକମାନେ ଖାତା ଦେଖା କାର୍ଯ୍ୟ ବନ୍ଦ କରିଦେଇଥିଲେ। ଏପରି କି ମୂଲ୍ୟାୟନ କେନ୍ଦ୍ରର ଡେପୁଟି ଜୋନ୍‌ ସୁପରଭାଇଜରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସେମାନେ ହୋ ହଲ୍ଲା କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥା ଯୋଗାଇ ନ ଦେଲେ ମୂଲ୍ୟାୟନ କାର୍ଯ୍ୟ ବନ୍ଦ କରିଦେବେ ବୋଲି ଚେତାବନୀ ଦେଇଥିଲେ। ତେବେ ଜୋନ୍‌ ସୁପରଭାଇଜର ସମସ୍ୟା ସମ୍ପର୍କରେ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଅବଗତ କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ଅଧ୍ୟାପିକା ଓ ଅଧ୍ୟାପକମାନେ ଶାନ୍ତ ହୋଇଥିଲେ। ଏ ନେଇ ଜୋନାଲ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ରାଜକିଶୋର ବେହେରା କହିଛନ୍ତି, ଅଫ୍‌ ଲାଇନ ମୂଲ୍ୟାୟନ କେନ୍ଦ୍ରରେ ବିଜୁଳି ଚାଲିଗଲେ ବିକଳ୍ପ ବ୍ୟବସ୍ଥା କରିବା ପାଇଁ ଆମ ହାତରେ କିଛି ନାହିଁ। ବିଜୁଳି ଯେତିକି ସମୟ ରହିବ ସେଥିରେ ମୂଲ୍ୟାୟନ କରିବା ପାଇଁ ପଡ଼ିବ। କିନ୍ତୁ ମହାବିଦ୍ୟାଳୟରେ ମୂଲ୍ୟାୟନ କେନ୍ଦ୍ର ପ୍ରତି ବର୍ଷ ହେଉଥିବାରୁ ଅଧ୍ୟକ୍ଷଙ୍କୁ କେନ୍ଦ୍ର ଗୁଡ଼ିକରେ ବିଦ୍ୟୁତ୍‌ ଚାଲିଗଲେ ତୁରନ୍ତ ଜେନେରେଟର ଓ ଶୀତତାପ ନିୟନ୍ତ୍ରକ ଯନ୍ତ୍ର ଲଗାଇବା ପାଇଁ ପ୍ରସ୍ତାବ ଦେଇଥିଲୁ। କିନ୍ତୁ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଅନ୍ୟପକ୍ଷରେ ଅନ୍‌ଲାଇନ ମୂଲ୍ୟାୟନ କେନ୍ଦ୍ରଗୁଡ଼ିକରେ ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଦିଆଯାଉଥିବାବେଳେ ଅଫ୍‌ଲାଇନ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ ଏପରି ବ୍ୟବସ୍ଥା କରାଯାଉ ନ ଥିବାରୁ ଅଧ୍ୟାପିକା ଓ ଅଧ୍ୟାପକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri