ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍‌ମେଟରେ ବାଇକ୍‌ ରାଲି: ୨୫ ଜଣଙ୍କ ନାମରେ ଚାଲାଣ କାଟିଲା ପୋଲିସ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ)- ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍‌ମେଟରେ ବାଇକ ରାଲି ମହଙ୍ଗା ପଡ଼ିଛି। କମିଶନରେଟ ପୋଲିସ ସିସି ଟିଭି ଫୁଟେଜକୁ ଯାଞ୍ଚ କରି ପ୍ରାଥମିକ ପର୍ଯ୍ୟାୟରେ ୨୫ଜଣ ବାଇକ ଚାଳକଙ୍କ ଉପରେ ଜରିମାନା କରିିଛି। ୧ହଜାର ଟଙ୍କା ହିସାବରେ ମୋଟ ୨୫ହଜାର ଟଙ୍କାର ଚାଲାଣ କରାଯାଇଥିବା ସୂଚନା ଦିଆଯାଇଛି।

ଗତ ୨୫ ତାରିଖ ବିଜେଡି ପ୍ରତିଷ୍ଠା ଦିବସରେ ଶତାଧିକ ନେତା ଓ କର୍ମୀ ବାଇକ ରାଲିରେ ସହର ପରିକ୍ରମା କରିଥିଲେ। ବାଇକ ଚାଳକମାନେ ବିନା ହେଲ୍‌ମେଟରେ ରାଜଧାନୀର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ପୋଷ୍ଟକୁ ଅତିକ୍ରମ କରିଥିଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ଏହା ନଜରକୁ ଆସିବା ପରେ କେତେଜଣ ବ୍ୟକ୍ତି ଭିଡିଓ କରି ସୋସିଆଲ ମିଡିଆରେ ଭାଇରାଲ କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଗତ ୨୮ ତାରିଖରେ ଟୁଇଟ କରି ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଥିଲେ। ସେ ନିଜ ଟୁଇଟ୍‌ରେ ଉଲ୍ଲେଖ କରିଥିଲେ ଯେ, ଦେଶର ଅନେକ ସ୍ଥାନରେ ରାଲି ସମୟରେ ଗାଡ଼ି ଚାଳକମାନେ ଟ୍ରାଫିକ ନିୟମକୁ ଖୁଲମ୍‌ଖୁଲା ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି। ତଥାପି ସିସଟିଭି ଫୁଟେଜ ଯାଞ୍ଚ କରାଯାଇ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଥିଲେ। ତେବେ ବିଜେଡିର ଉକ୍ତ ରାଲିରେ ଶହ ଶହ ବ୍ୟକ୍ତି ବିନା ହେଲ୍‌ମେଟରେ ବାଇକ୍‌ ଚଳାଉଥିବାବେଳେ ଅଳ୍ପ ସଂଖ୍ୟକ ଚାଳକଙ୍କ ନାଁରେ କାହିଁକି ଚାଲାଣ କରାଯାଇଛି ବୋଲି ସୋସିଆଲ ମିଡିଆରେ ଅନେକେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri