ବିଜେଡି ଫୋକସ୍‌ରେ ବିଧାନ ପରିଷଦ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ଓଡ଼ିଶା ବିଧାନସଭାରେ ପୂର୍ବରୁ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଛି। ହେଲେ ଏଥିପାଇଁ ପାର୍ଲାମେଣ୍ଟରେ ବିଧେୟକ ଆସି ଗୃହୀତ ହେବା ସହ ରାଷ୍ଟ୍ରପତିଙ୍କ ଅନୁମୋଦନର ଆବଶ୍ୟକତା ରହିଛି। ତେଣୁ ଚଳିତ ଶୀତ ଅଧିବେଶନର ସଂସଦୀୟ କାର୍ଯ୍ୟସୂଚୀରେ ଏହାକୁ ସାମିଲ କରିବା ପାଇଁ ବିଜେଡି ଚାହଁୁଛି। ଲୋକ ସଭାରେ ଦଳର ନେତା ପିନାକୀ ମିଶ୍ର ରବିବାର ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମଧ୍ୟ ଏହି ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ତେଣୁ ଓଡ଼ିଶା ବିଧାନ ପରିଷଦ ସମ୍ବନ୍ଧୀୟ ବିଧେୟକ ଚଳିତ ଅଧିବେଶନରେ ଆଗତ ହେଉଛି ନା ନାହିଁ, ତାହା ଉପରେ ସମସ୍ତଙ୍କ ନଜର ରହିବ।
ସୂଚନାନୁଯାୟୀ, ଓଡ଼ିଶା ସମେତ ମୋଟ ୪ଟି ରାଜ୍ୟ ବିଧାନ ପରିଷଦ ପାଇଁ ଚେଷ୍ଟା ଚଳାଇଛନ୍ତି। ଓଡ଼ିଶା ଏହି କ୍ରମରେ ୪ର୍ଥରେ ଥିବା ଜଣାପଡ଼ିଛି। ଚଳିତ ଅଧିବେଶନର ଶେଷଆଡ଼କୁ ଏହାକୁ ଗୃହରେ ଉପସ୍ଥାପନ ପାଇଁ ଦଳ ପକ୍ଷରୁ ସଂସଦୀୟ ମନ୍ତ୍ରଣାଳୟକୁ ଅନୁରୋଧ କରାଯାଇଛି। ଯଦି ଏଥର ଏହି ବିଧେୟକ ଆସିବ ନାହିଁ, ତେବେ ବିଜେଡିକୁ ଆସନ୍ତା ବଜେଟ ଅଧିବେଶନକୁ ଅପେକ୍ଷା କରିବାକୁ ପଡିବ। ଏହି ବିଧେୟକ ଆଗତ ପୂର୍ବରୁ ବିଜେଡି ଏବଂ କେନ୍ଦ୍ରରେ କ୍ଷମତାସୀନ ଭାଜପା ମଧ୍ୟରେ ମିଳିତ ସହମତି ପାଇଁ ଚେଷ୍ଟା ଅବ୍ୟାହତ ରହିଛି। ଉପକୂଳ ଓଡ଼ିଶାର ଜଣେ ବିଜେଡି ଏମ୍‌ପି ଭାଜପାର ଶୀର୍ଷ ନେତୃତ୍ୱଙ୍କୁ ମନାଇବା ପାଇଁ ନୂଆଦିଲ୍ଲୀରେ ପ୍ରୟାସ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri