ବିଜେଡି ବିଧାୟକ ଦଳ ବୈଠକରେ ବଦଳିଲା ସ୍ବର : ତୁଣ୍ଡରେ କେନ୍ଦ୍ର ଅବହେଳାର ଶବ୍ଦ ନାହିଁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ସମୟ ବଦଳିବା ସହ ରାଜନୀତିରେ ସ୍ବର ବଦଳିଥାଏ। ବଦଳୁଥିବା ସ୍ବର ନୂଆ ରଣନୀତିର ରୂପ ନିଏ। ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟ ରାଜନୀତିରେ ସେପରି କିଛି ଘଟିଛି। କେନ୍ଦ୍ର ଅବହେଳାକୁ ନେଇ ଗଳା ଫଟାଇ ଚିତ୍କାର କରୁଥିବା ବିଜେଡି ନରମି ଯାଇଛି। ପ୍ରତ୍ୟେକ ବିଧାନସଭା ଅଧିବେଶନ ପୂର୍ବରୁ କେନ୍ଦ୍ର ବିରୋଧରେ ରାଜ୍ୟର ସ୍ବରକୁ ଶାଣିତ କରାଯିବ ବୋଲି କହୁଥିବା ବିଜେଡି ୫ମ ପାଳି ସରକାର ଗଠନ ପରେ ବଦଳିଯାଇଛି। ତୁଣ୍ଡରେ କେନ୍ଦ୍ର ଅବହେଳାର ଶବ୍ଦ ନାହିଁ। ରାଜ୍ୟର ସ୍ବାର୍ଥ ପାଇଁ କେନ୍ଦ୍ରକୁ ସମସ୍ତ ପ୍ରକାର ସହଯୋଗ ଓ ଆଲୋଚନା ଲାଗି ପ୍ରସ୍ତୁତ ଥିବା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି। ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି କଥା କହିଛନ୍ତି।
ନବୀନ କହିଛନ୍ତି ଯେ, ଆସନ୍ତା ଅଧିବେଶନରେ ବିଜେଡିର ପ୍ରତ୍ୟେକ ବିଧାୟକ ସକାରାତ୍ମକ ଭାବେ ଗୃହକାର୍ଯ୍ୟରେ ଅଂଶଗ୍ରହଣ କରିବେ। ନିର୍ବାଚନ ସମୟରେ ଦଳ ପକ୍ଷରୁ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ କରାଯିବ। ଇସ୍ତାହାରରେ ଉପସ୍ଥାପନ କରାଯାଇଥିବା ବିଷୟକୁ କାର୍ଯ୍ୟକାରୀ କରାଯିବ। ରାଜ୍ୟ ସ୍ବାର୍ଥ ସମ୍ବନ୍ଧିତ ଯେକୌଣସି ପ୍ରସଙ୍ଗରେ ସରକାର କେନ୍ଦ୍ର ସହ ଆଲୋଚନା କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, ଦୁଇଟି ପର୍ଯ୍ୟାୟରେ ଅଧିବେଶନକୁ ଭାଗ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବଜେଟ ଉପସ୍ଥାପନ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ବଜେଟ ଆଲୋଚନା ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଆଗତ କରାଯିବ। ଲୋକଙ୍କ ପାଇଁ କାର୍ଯ୍ୟ କରିବା ଜନପ୍ରତିନିଧିଙ୍କ କାମ। ବିରୋଧୀଙ୍କୁ ବିଶ୍ୱାସଭାଜନ କରାଯାଇ ଗୃହକାର୍ଯ୍ୟ ପରିଚାଳନା କରାଯିବ ବୋଲି ଆରୁଖ କହିଛନ୍ତି।
ସା ୫ଟା ୩୦ରେ ହୋଇଥିବା ବୈଠକରେ ପ୍ରାୟ ୯୬ ଜଣ ବିଜେଡି ବିଧାୟକ ଉପସ୍ଥିତ ଥିଲେ। ନିର୍ଦ୍ଧାରିତ ସମୟର ସାମାନ୍ୟ ବିଳମ୍ବରେ ମୁଖ୍ୟମନ୍ତ୍ରୀ ବୈଠକରେ ପହଞ୍ଚି ଅଧ୍ୟକ୍ଷତା କରିଥିଲେ। ନବନିର୍ବାଚିତ ବିଧାୟକଙ୍କୁ ସ୍ବାଗତ କରିବା ସହ ଗୃହ କାର୍ଯ୍ୟରେ ସମସ୍ତଙ୍କୁ ସହଯୋଗ କରିବା ପାଇଁ କହିଥିଲେ। ବିଧାନସଭାରେ ଉପଯୁକ୍ତ ସମନ୍ବୟ ନେଇ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ ଉପ-ମୁଖ୍ୟ ସଚେତକ ପ୍ରଣବ ବଳବନ୍ତରାୟ କାର୍ଯ୍ୟ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା। ଓଡ଼ିଶାର ଜନସାଧାରଣ ଲଗାତର ପଞ୍ଚମଥର ପାଇଁ ବିଜେଡିକୁ ବିଜୟୀ କରିଛନ୍ତି। ତେଣୁ ଲୋକଙ୍କ ବିଶ୍ୱାସକୁ ବଜାୟ ରଖିବା ଉପରେ ନବୀନ ଗୁରୁତ୍ୱ ଦେଇଛନ୍ତି।
ସଂଖ୍ୟା ନ ଥାଇ ଭାଜପା ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସହଯୋଗରେ ରାଜ୍ୟ ସଭାକୁ ପଠାଇବାକୁ ଯାଉଛି। ତେଣୁ ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନ ସମୟରେ ପରସ୍ପର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ସାଜିଥିବା ବିଜେଡି-ଭାଜପା ପରବର୍ତ୍ତୀ ସମୟରେ ଉଭୟଙ୍କର ଆବଶ୍ୟକତା ପାଲଟିଥିବା ଆଲୋଚନା ହେଉଛି। ସେହିପରି ଅଶ୍ୱିନୀଙ୍କ ପ୍ରାର୍ଥତ୍ତ୍ୱ ଓ ବିଜେଡିର ସହଯୋଗ ନେଇ ବିଜେଡିର ଅନେକ ନେତାଙ୍କୁ ଗଣମାଧ୍ୟମର ପ୍ରତିନିଧିମାନେ ପ୍ରଶ୍ନ କରୁଥିବାର ଦେଖାଯାଉଥିଲା। ହେଲେ ମୁରୁକିହସା ମାରି ବିଜେଡି ନେତାମାନେ କଥାକୁ ଏଡାଇ ଯାଉଥିବାର ଲକ୍ଷ୍ୟ କରାଯାଇଥିଲା। ଆସନ୍ତା ୨୫ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ହେଲେ ବିଜେଡି-ଭାଜପା ମଧ୍ୟରେ ସଦ୍ୟ ରାଜନୈତିକ ବୁଝାମଣା ପରେ ଗୃହ ଭିତରେ କିପରି ସ୍ଥିତି ରହିବ, ତାହା ଉପରେ ସମସ୍ତଙ୍କ ନଜର ରହିଛି।
ସୂଚନାଥାଉ କି, ମୌସୁମୀ ଅଧିବେଶନର ପ୍ରଥମ ଦିନ ରାଜ୍ୟପାଳ ଗଣେଶୀ ଲାଲ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ୨୬ ତାରିଖରେ ରାଜ୍ୟପାଳଙ୍କ ଉଦ୍‌ବୋଧନ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ କରାଯିବ। ସେହିଦିନ ଉପବାଚସ୍ପତି ନିର୍ବାଚନ ନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ୨୭ରେ ଆବଶ୍ୟକ ପଡ଼ିଲେ ନିର୍ବାଚନ ହେବ। ୨୮ ତାରିଖରେ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରାଯିବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୨ ଯାଏ ଚାଲିବ। ଏହା ପରେ ପୁନର୍ବାର ଜୁଲାଇ ୧୨ରୁ ବୈଠକ ଆରମ୍ଭ ହୋଇ ଅଗଷ୍ଟ ୮ ଯାଏ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri